Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଆଜି ବି ଚାଲିପାରିଲାନି ବିଧାନସଭା, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

6/12/2021 at 11:23 AM

ଭୁବନେଶ୍ବର ୬।୧୨: ଲଗାତର ପଞ୍ଚମ ଦିନରେ ଚାଲିପାରୁନି ଗୃହ । ପୁଣି ଅଚଳ ହେଲା ବିଧାନସଭା । ଗୃହ କାର୍ଯ୍ୟ ଆରମ୍ଭରୁ ଗୃହ ମଧ୍ୟଭାଗରେ ବିରୋଧୀଙ୍କ ହଟ୍ଟଗୋଳ । ମମିତା ମେହେର ପ୍ରସଙ୍ଗରେ ହୋହଲ୍ଲା କରିଥିଲେ ବିରୋଧୀ । ଫଳରେ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

ସେପଟେ ବିଧାନସଭାରେ ଜୟୀ ରାଜଗୁରୁଙ୍କ ମୁଖା ପିନ୍ଧି ଶାସକ ଦଳ ସଦସ୍ୟ ପ୍ରତିବାଦ କରିଛନ୍ତି । ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ଆନ୍ଦୋଳନର ମାନ୍ୟତା ନମିଳିବା, ପାଇକମାନଙ୍କୁ କଳାକାରର ମାନ୍ୟତା ନମିଳିବାରୁ ବିରୋଧ କରିଛି ବିଜେଡି ।  କେନ୍ଦ୍ରର ଅବହେଳା ପ୍ରତିବାଦରେ ବିଜେଡି ସଦସ୍ୟ ହୋହଲ୍ଲା କରିଥିଲେ । ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ବିଜେଡି ବିଧାୟକମାନେ ଧାରଣା ଦେଇଛନ୍ତି ।

ମମିତା ମେହେର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପଠାଇବାକୁ ଶୋଭାଯାତ୍ରା କରିଛି ବିଜେପି । ଚିଠି ପଠାଇବାକୁ ପୋଷ୍ଟ ଅଫିସ ପର୍ଯ୍ୟନ୍ତ ବିଜେପିର ଶୋଭାଯାତ୍ରା । ଲୋୟର ପିଏମ୍‌ଜି ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଗଲେ ବିଜେପି ସଦସ୍ୟ ।

   Related Posts