ବିଧାନସଭାର ମୌସୁମୀ ଅଧିବେଶନରେ ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ପରେ ଗୃହକୁ ଆସନ୍ତାକାଲି ଯାଇଁ ମୁଲତବୀ କରାଯାଇଛି

Published By : Prameya-News7 Bureau | September 04, 2018 IST

ଭୁବନେଶ୍ୱର ୪/୯ : ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି | ଗୃହରେ ଦିବଂଗତ ନେତାମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ପରେ ଗୃହକୁ ଆସନ୍ତାକାଲି ଯାଏଁ ମୁଲତବୀ କରାଯାଇଛି | ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଦିବଂଗଚ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି | ଲୋକସଭାର ପୂର୍ବତନ ବାଚସ୍ପତି ସୋମନାଥ ଚାଟାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି | ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍.କରୁଣାନିଧିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି | ପୂର୍ବତନ ମନ୍ତ୍ରୀ ଯଦୁନାଥ ଦାଶମହାପାତ୍ରଙ୍କୁ ବି ଶ୍ରଦ୍ଧାଞ୍ଜଳି ଦିଆଯାଇଛି | ଆସନ୍ତାକାଲି ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.