Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଶୂନ୍ୟକାଳରେ ଟୋକନ୍ ତାତି, ଗୃହ ସ୍ବାଭାବିକ ପାଇଁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

21/11/2019 at 11:24 AM

ଭୁବନେଶ୍ବର ୨୧।୧୧: ବିଧାନସଭା ଶୀତ ଅଧିବେଶନର ଆଜି ଅଷ୍ଟମ ଦିନ । ଆଜି ବି ଚାଲିପାରିଲାନି ପ୍ରଶ୍ନକାଳ । ଶୂନ୍ୟକାଳରେ ମଧ୍ୟ ଟୋକନ ବ୍ୟବସ୍ଥା ପ୍ରତ୍ୟାହାର ଦାବି କରି ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ଗୃହକୁ ଦିନ ୧୨ଟା ୩୦ ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି । ଗୃହ କାର୍ଯ୍ୟ ସ୍ବାଭାବିକ କରିବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ।

ଗୃହ କାର୍ଯ୍ୟ ଆରମ୍ଭରୁ ଧାନର ଅଭାବୀ ବିକ୍ରି ପ୍ରସଙ୍ଗ ଉଠାଇ ଗୃହରେ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିଥିଲେ । ସରକାର ଟୋକନ ବ୍ୟବସ୍ଥାକୁ ତୁରନ୍ତ ପ୍ରତ୍ୟାହାର ଦାବି କରି କଂଗ୍ରେସ ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ପ୍ରଶ୍ନକାଳ ବାତିଲ କରି ଏ ପ୍ରସଙ୍ଗରେ ଆଲୋଚନା ହେଉ ବୋଲି ଦାବି କରିଥିଲେ । କଂଗ୍ରସ ସଦସ୍ୟ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିବାକୁ ଉଦ୍ୟମ କରିବା ସହ ବାଚସ୍ପତି ଏନେଇ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେବାକୁ ଦାବି କରିଥିଲେ । ଫଳରେ ବାଚସ୍ପତି ଗୃହକାର୍ଯ୍ୟକୁ ଦିନ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କରିଥିଲେ ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଧାନକିଣା ପାଇଁ ଟୋକନ୍ ବ୍ୟବସ୍ଥାକୁ ପଶ୍ଚିମ ଓଡିଶାର ଚାଷୀ ବିରୋଧ କରିଥିଲେ । ପଶ୍ଚିମ ଓଡିଶାର ୪ ବିଧାୟକଙ୍କ ବାସଭବନ ଘେରିଥିଲେ ଚାଷୀ । ଧାନ ବିକ୍ରି ପାଇଁ ସରକାର କରିଥିବା ଟୋକନ୍ ବ୍ୟବସ୍ଥା ନିଷ୍ପତ୍ତିକୁ ବିରୋଧ କରି ଆନ୍ଦୋଳନ ଚଳାଇଛନ୍ତି ପଶ୍ଚିମ ଓଡିଶାର ଶହ ଶହ ଚାଷୀ । ଗତକାଲି ବରଗଡ ଜିଲ୍ଲା ଅତାବିରା ବନ୍ଦ ଡାକରା ଦେଇଥିଲେ ଚାଷୀ ।

ମାତ୍ର ଟୋକନ ବ୍ୟବସ୍ଥା ପ୍ରତ୍ୟାହର ହେବନି, ଏହା ଅଛି ଓ ରହିବ ବୋଲି ଗତକାଲି ଗୃହରେ ସୂଚନା ଦେଇଥିଲେ ଖାଦ୍ୟଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ମନ୍ତ୍ରୀ କହିଥିଲେ ଯେ, ଏହା ସ୍ଵଚ୍ଛ, ନିର୍ମଳ ଓ ନୂଆ ପଦ୍ଧତି । ଚାଷୀଙ୍କୁ ଅନୁରୋଧ ଏହିକୁ ସମସ୍ତେ ଆପଣାନ୍ତୁ । ଏହାଦ୍ବାରା ଉଚିତ୍ ମୂଲ୍ୟ ଓ ଅଧିକାର ପାଇବେ ଚାଷୀ । ଯଦି ଏହାକୁ ଆହୁରି ଭଲ କରିବା ପାଇଁ କିଛି ନୂଆ ମତାମତ ଚାଷୀ ଦେବେ ତେବେ ତାକୁ ରାଜ୍ୟ ସରକାର ଗ୍ରହଣ କରିବେ ବୋଲି ମନ୍ତ୍ରୀ କହିଥିଲେ ।

   Related Posts