Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଆଜି ବିଧାନସଭାରେ ବାଚସ୍ପତି ନିର୍ବାଚନ, ସୂର୍ଯ୍ୟ ପାତ୍ରଙ୍କ ନାଁ ପ୍ରସ୍ତାବ ଦେଇଛନ୍ତି ନବୀନ

1/06/2019 at 9:12 AM

ଭୁବନେଶ୍ବର ୧|୬: ଆଜି ବିଧାନସଭାରେ ହେବ ବାଚସ୍ପତି ନିର୍ବାଚନ । ସୂର୍ଯ୍ୟନାରାୟଣ ପାତ୍ରଙ୍କୁ ବାଚସ୍ପତି କରିବା ଲାଗି ମୁଖ୍ୟମନ୍ତ୍ରୀ  ପ୍ରସ୍ତାବ ଦେଇଛନ୍ତି। ବିଧାନସଭା ସଚିବଙ୍କୁ ନବୀନ ପ୍ରସ୍ତାବ ଦେଇଥିବା ବେଳେ  ଏହାକୁ ସମର୍ଥନ କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।  ଆଜି ଦିନ ୧୧ଟାରେ ବାଚସ୍ପତି ନିର୍ବାଚନ ହେବ । ତେବେ ଗୃହରେ ସଂଖ୍ୟା ଦୃଷ୍ଟିରୁ ବିଜେଡିର ବାଚସ୍ପତି ପ୍ରାର୍ଥୀଙ୍କ ବିଜୟ ନିଶ୍ଚିତ ।

ତେବେ ସୂର୍ଯ୍ୟ ପାତ୍ର ବାଚସ୍ପତି ହେଲେ ସେ ହେବେ ରାଜ୍ୟର ୨୨ତମ ବାଚସ୍ପତି । ବିଦ୍ଧି ମୁତାବତ ଆଜି ମୁଖ୍ୟମନ୍ତ୍ରୀ ତଥା ଗୃହର ନେତା ନବୀନ ପଟ୍ଟନାୟକ ଏ ନେଇ ଏକ ମୋସନ୍ ଆଗତ କରିବେ, ଯାହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ସମର୍ଥନ କରିବେ ଓ ପରେ ଗୃହର ଅନ୍ୟ ସଦସ୍ୟମାନେ ବାଚନିକ ଭୋଟରେ ଏହି ମୋସନକୁ ସମର୍ଥନ ଜଣାଇବେ । ପରମ୍ପରା ଅନୁସାରେ ନବନିର୍ବାଚିତ ବାଚସ୍ପତିଙ୍କୁ ପୋଡିୟମ ନିକଟକୁ ଗୃହର ନେତା, ସଂସଦୀୟ ବ୍ୟାପାର ମନ୍ତ୍ରୀ ଓ କାମଚଳା ବାଚସ୍ପତି ପାଛୋଟି ନେବେ।

୧୯୭୭ ମସିହାରେ ବ୍ରହ୍ମପୁର ମ୍ୟୁନିସିପାଲିଟିର କାଉନସିଲର ଭାବେ ନିଜର ରାଜନୀତିକ କ୍ୟାରିୟର ଆରମ୍ଭ କରିଥିବା ସୂର୍ଯ୍ୟ ନାରାୟଣ ପାତ୍ର ୧୯୯୦ ମସିହାରେ ପ୍ରଥମେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ତା’ପରଠୁ ସେ କ୍ରମାଗତ ବିଧାନସଭାକୁ ନିର୍ବାଚିତ ହୋଇ ଆସୁଛନ୍ତି । ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିବା ସୂର୍ଯ୍ୟ ପାତ୍ର ୧୯୯୦ରେ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିବା ପରେ ୨୦୦୦ ମସିହାରୁ ନବୀନଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍ ମନ୍ତ୍ରୀ ଭାବେ କାର୍ଯ୍ୟ କରିଆସୁଥିଲେ । ତେବେ ୨୦୧୯ ମସିହାରେ ନିର୍ବାଚିତ ହେବାପରେ ତାଙ୍କୁ ବିଜେଡି ପକ୍ଷରୁ ବାଚସ୍ପତି ହେବା ପାଇଁ ପ୍ରସ୍ତାବ ଦିଆଯାଇଥିଲା, ଯାହାକୁ ସେ ସ୍ୱୀକାର କରିଥିଲେ ।

   Related Posts