Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ବିଧାନସଭା ଶୀତ ଅଧିବେଶନ : ଆଜି ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁ ତଥ୍ୟ ପ୍ରସଙ୍ଗରେ ଗୃହରେ ବିବୃତି ରଖିବେ ଗଣଶିକ୍ଷା ମନ୍ତ୍ରୀ

16/11/2019 at 9:07 AM

ଭୁବନେଶ୍ବର ୧୬।୧୧: ବିଧାନସଭା ଶୀତ ଅଧିବେଶନର ଚତୁର୍ଥ ଦିନ । ଆଜି ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁ ତଥ୍ୟ ପ୍ରସଙ୍ଗରେ ଗୃହରେ ବିବୃତି ରଖିବେ ଗଣଶିକ୍ଷା ମନ୍ତ୍ରୀ । ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ରାଜ୍ୟ ସରକାରଙ୍କ ଦ୍ଵାରା ମୁଦ୍ରିତ ଏକ ବ୍ରୋସରକୁ ନେଇ ଗତକାଲି ଗୃହ ସରଗରମ ରହିଥିଲା । ବ୍ରୋସରରେ ଗାନ୍ଧିଜୀଙ୍କ ମୃତ୍ୟୁ ଆକସ୍ମିକ ଘଟଣା ବୋଲି ଲେଖାଯାଇଛି ।

ଯାହାକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା  ନରସିଂହ ମିଶ୍ର ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଦାୟୀ କରିବା ସହ ବିଧାନସଭାରେ ଦଳମତ ନିର୍ବିଶେଷରେ ନିନ୍ଦା କରାଯାଉ ବୋଲି ଦାବି କରିଛନ୍ତି । ଗୃହର ଉଦବେଗକୁ ଦେଖି ସରକାରଙ୍କୁ ସ୍ପଷ୍ଟୀକରଣ ଦେବାକୁ ରୁଲିଂ ଦେଇଛନ୍ତି ବାଚସ୍ପତି ।

ଏହା ସହ ସ୍ମିତାରାଣୀ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କରି ସରକାରଙ୍କୁ ଘେରିପାରେ ବିଜେପି । ତେଣୁ ଆଜି ଗୃହ କିଭଳି ଚାଲିବ ତାଉପରେ ନଜର ରହିଛି । ଆଜି ମହିଳା ଶିଶୁ ବିକାଶ, ମିଶନ ଶକ୍ତି, ବିଜ୍ଞାନ ଓ କାରିଗରୀ, ବୟନ ଶିଳ୍ପ ହସ୍ତତନ୍ତ ଓ ହସ୍ତଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ, ସରକାରୀ ଉଦ୍ୟୋଗ ଉପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି ।

   Related Posts