ବିଧାନସଭା ଶୀତ ଅଧିବେଶନ : ପ୍ରଥମ ଦିନରୁ ଗୃହରେ ହଟ୍ଟଗୋଳ, ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ ମୁଲତବୀ

Published By : Prameya-News7 Bureau | November 16, 2018 IST

ଭୁବନେଶ୍ବର ୧୬|୧୧: ଆଜିଠାରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି। ବିଧାନସଭା ଆରମ୍ଭରୁ ଗୃହରେ ହଟ୍ଟଗୋଳ ଓ ହୋହଲ୍ଲା ହୋଇଛି । ଫଳରେ ବାଚସ୍ପତି ପ୍ରଦୀପ କୁମାର ଅମାତ୍ ଆସନ୍ତାକାଲି ସାଢେ ଦଶଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ ଯୋଗୁଁ ଚାଲି ପାରିଲାନାହିଁ ଗୃହ କାର୍ଯ୍ୟ । ଚାଷୀଙ୍କ ପ୍ରସଙ୍ଗରେ ଆଲୋଚନା ଦାବି କରିଥିଲେ କଂଗ୍ରେସ ଗୃହରେ ହଟ୍ଟଗୋଳ କରିଛି । ପଞ୍ଚଦଶ ବିଧାନସଭାର ଚର୍ତୁଦଶ ଅଧିବେଶନ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ଶୋକପ୍ରସ୍ତାବ ଆଗତ କରିଥିଲେ । ଦିବଂଗତଙ୍କ ପାଇଁ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶୋକପ୍ରସ୍ତାବ ଆଗତ କରିବା ପରେ ବିରୋଧୀଦଳ ନେତା ନରସିଂହ ମିଶ୍ର ଓ ବିଜେପି ବିଧାୟକ ଦଳ ନେତା କନକବର୍ଦ୍ଧନ ସିଂହଦେଓ ଶୋକପ୍ରସ୍ତାବକୁ ସମର୍ଥନ କରିଥିଲେ। ଏହାପରେ ବାଚସ୍ପତି ପ୍ରଦୀପ ଅମାତ ସ୍ବର୍ଗତ ଆତ୍ମାର ସଦ୍‌ଗତି ପାଇଁ ନିରବ ପ୍ରାର୍ଥନା ପାଇଁ ଉପସ୍ଥିତ ବିଧାୟକମାନଙ୍କ ଅନୁରୋଧ କରିଥିଲେ। ପରେ ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହୋହଲ୍ଲା ଓ ନାରାବାଜି କରିଥିଲେ ବିରୋଧୀ କଂଗ୍ରେସଙ୍କ ହଟ୍ଟଗୋଳ ଯୋଗୁଁ ପ୍ରଶ୍ନକାଳ ଚାଲିପାରିନଥିଲା । ଫଳରେ ଦିନ ୧୨ଟା ୧୪ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଥିଲେ ବାଚସ୍ପତି । ୧୨ଟା ୧୫ ମିନିଟ୍‌ ରେ ଗୃହକାର୍ଯ୍ୟ ଆରମ୍ଭ ହେବା ପରେ ପୁଣି କଂଗ୍ରେସ ସଦସ୍ୟମାନେ ଗୃହରେ ହୋ ହଲ୍ଲା କରିଥିଲେ । ଫଳରେ ବାଚସ୍ପତି ପ୍ରଦୀପ କୁମାର ଅମାତ୍ ଆସନ୍ତାକାଲି ଯାଏଁ ଗୃହକୁ ମୁଲତବୀ ରଖିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.