Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ; ଆଜି ବସୁଛି ବିଧାୟକ ଦଳ ବୈଠକ

15/11/2018 at 11:59 AM

ଭୁବନେଶ୍ବର ୧୫|୧୧: ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ । ବିରୋଧୀଙ୍କ ମୁକାବିଲା ପାଇଁ ଆଜି ଉଭୟ ବିଜେଡି ଓ ରାଜ୍ୟ ସରକାରଙ୍କ ପ୍ରମୁଖ ବିରୋଧୀ କଂଗ୍ରେସର ବିଧାୟକ ଦଳ ବୈଠକ ବସିବ । ୨୦୧୯ ନିର୍ବାଚନ କମ୍ ସମୟ ଥିବାରୁ ଏହି ଅଧିବେଶନ ଶେଷ ପୂର୍ଣ୍ଣାଙ୍ଗ ଅଧିବେଶନ ହେବ ବୋଲି ଆଶା କରାଯାଉଛି । ଅଧିବେଶନରେ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ଗୁରୁତ୍ବପୂର୍ଣ୍ଣ ବିଲ୍ ଆଗତ ହେବାର କାର୍ଯ୍ୟକ୍ରମ ରହିଛି । ଅନ୍ୟପଟେ  ନିର୍ବାଚନ ପୂର୍ବରୁ ଶାସକ ଦଳକୁ କଡ଼ା ଜବାବ ଦେବା ପାଇଁ ବିରୋଧୀ ରଣନୀତି ପ୍ରସ୍ତୁତ  କରୁଛନ୍ତି । ପିସି କାରବାର, ବ୍ରହ୍ମ ବିଭ୍ରାଟ, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଆଦି ଦାବିରେ  ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିବାର ଆଶଙ୍କା କରାଯାଉଛି । ସେହିପରି ଆୟୁଷ୍ମାନ ଯୋଜନା କଥା ବିଜେପି ଉଠାଇପାରେ ବୋଲି ଜଣାପଡ଼ିଛି ।

   Related Posts