ନଭେମ୍ବର ୩ରେ ଅବପାତର ରୂପ ନେଇପାରେ ଲଘୁଚାପ, ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା : ସିଇସି

Published By : Prameya-News7 Bureau | December 01, 2021 IST

ଭୁବନେଶ୍ୱର, ୧/୧୨ : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହେବା ସହ ଏକ ଘୁର୍ଣ୍ଣିଝଡ଼ ରେ ପରିଣତ ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆ ଯାଇଛି |

ଡିସେମ୍ବର ୩ ତାରିଖ ଅପରାହ୍ନ ସୁଦ୍ଧା ଏହା ଅବପାତର ରୂପ ନେବାର ସମ୍ଭାବନା ଥିବା ବେଳେ ପାଣିପାଗ ଅନୁକୂଳ ରହିଲେ ଡିସେମ୍ବର ୪ ତାରିଖ ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳରେ ଘୁର୍ଣ୍ଣିଝଡ଼ ର ରୂପ ନେଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି |

ଉଭୟ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡିଶା ମୁହାଁ ହୋଇଥିବା ଏହି ଲଘୁଚାପ ଡିସେମ୍ବର ୪ ତାରିଖରେ ଗଞ୍ଜାମ ଉପକୂଳ ଅତିକ୍ରମ କରିବା ପରେ ଏହାର ପ୍ରଭାବ କମିବ ଓ ସମାନ୍ତରାଳ ଭାବେ ଏହା ଓଡିଶା ଉପକୂଳ ଦେଇ ବାଲେଶ୍ୱର ଜିଲ୍ଲା ପର୍ଯ୍ୟନ୍ତ ଆସି ପଶ୍ଚିମବଙ୍ଗ ରେ ପ୍ରବେଶ କରିବ ବୋଲି ସୂଚନା ମିଳିଛି |

ଏହାର ପ୍ରଭାବରେ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ  ପବନର ବେଗ ଘଣ୍ଟା ପ୍ରତି  ୭୫ ରୁ  ୮୫ କିଲୋମିଟର ରହିବ ଏବଂ ଧୀରେ ଧୀରେ ବେଗ କମିଯାଇ ବାଲେଶ୍ୱର ଉପକୂଳ ରେ ପହଂଚିବା ବେଳକୁ ଘଣ୍ଟା ପ୍ରତି  ୪୫ ରୁ ୫୫ ହେବ | ଏହାର ପ୍ରଭାବ ରେ ଡିସେମ୍ବର ୩ ତାରିଖ ପୂର୍ବାହ୍ନ ରୁ ଓଡିଶା ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି | ତେବେ ଅନେକ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଡିସେମ୍ବର ତିନି ରୁ ପାଞ୍ଚ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି |

ପୁରୀ, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢ଼େଙ୍କାନାଳ ଜିଲ୍ଲାର ଅନେକ ସ୍ଥାନରେ ବର୍ଷlର ପରିମାଣ ୨୫୦ ମିଲିମିଟର ବା ଅଧିକ ହେବାର ସମ୍ଭାବନା ଅଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଯଦି ଲଘୁଚାପ ଘୂର୍ଣ୍ଣିଝଡର ରୂପ ନିଏ ତେବେ ଏହାରି ପ୍ରଭାବରେ ଡିସେମ୍ବର ୩ ତାରିଖ ରାତିରୁ ଆସନ୍ତା ୪୮ ଘଣ୍ଟା ରାଜ୍ୟର ଆଭୟନ୍ତରୀଣ ଜିଲ୍ଲା ରାୟଗଡା, କନ୍ଧମାଳ, ବୌଦ୍ଧ, ସମ୍ବଲପୁର ଏବଂ ଦେବଗଡରେ ବର୍ଷା ହୋଇପାରେ ବୋଲି କୁହାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.