Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

27/07/2019 at 11:08 AM

ଭୁବନେଶ୍ବର ୨୭|୭:  ଆଜି ସନ୍ଧ୍ୟା ୭ ଟା ୧୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ବୈଠକରେ ପ୍ରାୟ ୧୧ଟି ପ୍ରସ୍ତାବ ଆସିବା ସମ୍ଭାବନା ରହିଛି । ମାସର ଚତୁର୍ଥ ଶନିବାର ଛୁଟି ଦିବସ ଥିବା ସତ୍ତ୍ବେ, ବିଧାନସଭା ଚାଲୁଥିବାରୁ କେତୋଟି ବିଲ୍ ଆଣିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ଉଚ୍ଚଶିକ୍ଷା ବିଭାଗର ଦୁଇଟି ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି ।

ଏସିଆନ୍ ସ୍କୁଲ ଅଫ୍ ବିଜିନେସ ମ୍ୟାନେଜମେଣ୍ଟକୁ ଡିମ୍ ଡ ବିଶ୍ବ ବିଦ୍ୟାଳୟରେ ପରିଣତ କରିବାକୁ ସରକାର ସ୍ବତନ୍ତ୍ର ବିଲ୍ ଆଣିପାରନ୍ତି । ସେହିପରି ଓପନ୍ ସ୍କୁଲ ଲର୍ଣ୍ଣିଂ ବ୍ୟବସ୍ଥା ନେଇ ମଧ୍ୟ ପ୍ରସ୍ତାବ ଆସିବ । ଲାଞ୍ଜିଗଡ଼ରେ ରେଳ ପ୍ରକଳ୍ପ ପାଇଁ ଜମି ଯୋଗାଣ ସହିତ ଅନ୍ୟ ରେଳ ପ୍ରକଳ୍ପ ପାଇଁ ଜମି ଯୋଗାଣ ନେଇ ରାଜସ୍ବ ବିଭାଗର ଦୁଇଟି ପ୍ରସ୍ତାବ ରହିଛି ।

ପଞ୍ଚାୟତିରାଜ ବିଭାଗର ପ୍ରସ୍ତାବ ଅନୁଯାୟୀ ପୁରୀ ଓ ନବରଙ୍ଗପୁରରେ ତିନିଟି ପାନୀୟ ଜଳ ପ୍ରକଳ୍ପ ପାଇଁ କ୍ୟାବିନେଟ୍ ମଞ୍ଜୁରି ନିଆଯିବ। ସେହିପରି ଆଇନ ବିଭାଗର ଗୋଟିଏ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ଲାଗିବ ବୋଲି ସୂଚନା ମିଳିଛି ।

   Related Posts