ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ : ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରସ୍ତାବ ଉପରେ ଲାଗିପାରେ ମୋହର

Published By : Prameya-News7 Bureau | June 07, 2020 IST

ଭୁବନେଶ୍ବର ୭।୬: ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ଦ୍ବିତୀୟବର୍ଷର ପ୍ରଥମ କ୍ୟାବିନେଟ୍ ବୈଠକ ଆଜି ଅନୁଷ୍ଠିତ ହେବ। ଦିନ ସାଢେ ଗୋଟାଏରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ କ୍ୟାବିନେଟ୍ ବୈଠକ।

କ୍ୟାବିନେଟରେ ସ୍ବାସ୍ଥ୍ୟ, ଶ୍ରମ, ଅର୍ଥ, କୃଷି, ଶିଳ୍ପ, ପଞ୍ଚାୟତିରାଜ ଓ ସାଧାରଣ ପ୍ରଶାସନ ବିଭାଗର କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି । ପର୍ଯ୍ୟଟନ ବିଭାଗ ଏବଂ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର କେତୋଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିପାରେ ।

କରୋନା ମୁକାବିଲା ଓ ପ୍ରବାସୀଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଆଜିର କ୍ୟାବିନେଟର ବହୁ ଗୁରୁତ୍ବ ରହିଛି ବୋଲି କୁହାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.