Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜିଠୁ ବଢିବ ବର୍ଷା, ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||
  • ୨୮୬ ବସ୍ତା ପିଡିଏସ ଚାଉଳ ଜବତ, ଚୋରାରେ ବିକ୍ରି ପାଇଁ ଯାଉଥିବା ବେଳେ ଧରିଲେ ଲୋକେ
  • ||
  • ଭୟ ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୦୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଜାମ୍ମୁ କାଶ୍ମୀର ସପୋରରେ ଏନକାଉଣ୍ଟର: ଲସ୍କର କମାଣ୍ଡର ସମେତ ୩ ଆତଙ୍କୀ ନିହତ
  • ||
  • ଆମେରିକା-ମେକ୍ସିକୋ ସୀମାରେ ହିଂସାକାଣ୍ଡ, ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡରେ ୧୮ ମୃତ
  • ||
  • ଆଜି ଅନ୍ତର୍ଜାତୀୟ ଯୋଗ ଦିବସ, ଏବର୍ଷର ଥିମ୍ ‘ୟୋଗା ଫର ୱେଲନେସ୍’
  • ||
  • ଆଜିଠୁ କ୍ୟାମ୍ପେନ୍ ମୋଡ୍‌ରେ ଟିକାକରଣ, ରାଜ୍ୟରେ ଦୈନିକ ୩ ଲକ୍ଷ ଭାକସିନେସନ୍ ଟାର୍ଗେଟ୍
  • ||

୨୦୧୯ ନିର୍ବାଚନ ପାଇଁ ପ୍ରସ୍ତୁତି ; ଜାନୁଆରୀ ୨୧ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା

3/01/2019 at 1:05 PM

ଭୁବନେଶ୍ବର ୦୩|୦୧: ୨୦୧୯ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇସାରିଲାଣି । ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତ ଅଛନ୍ତି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସ୍ପଷ୍ଟ କରିଛନ୍ତି । ଜାନୁଆରୀ ୨୧ରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ । ୨ଲକ୍ଷ ଭିନ୍ନକ୍ଷମମାନଙ୍କୁ ଚିହ୍ନଟ କରାଯାଉଛି । ସେମାନଙ୍କୁ ଚିହ୍ନଟ କରାଯାଇ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରାଯିବ । ବାଦ୍ ପଡିଥିବା ଭୋଟରମାନେ ୨୧ତାରିଖ ପରେ  ଭୋଟର ତାଲିକାରେ ନାଁ ଅନ୍ତର୍ଭୁକ୍ତ କରିବା ଲାଗି ଆବେଦନ କରିପାରିବେ ।  ନିର୍ବାଚନ ପାଇଁ ଆବଶ୍ୟକ ଇଭିଏମ୍ ଓ ଭିଭିପାଟ୍ ମେସିନ ପହଞ୍ଚି ସାରିଛି । ଆସନ୍ତା ନିର୍ବାଚନରେ ସବୁ ନିର୍ବାଚନ ମଣ୍ଡଳୀରେ ଲାଗିବ ଭିଭିପାଟ୍ ମେସିନ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି ।

   Related Posts