ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କଣ୍ଟାବାଞ୍ଜି ବିଧାନସଭା ଆସନରୁ ହୋଇଛନ୍ତି ପ୍ରାର୍ଥୀ

Published By : Prameya-News7 Bureau | May 02, 2024 IST

କଣ୍ଟାବାଞ୍ଜି ୨।୫: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ବିତୀୟ ନିର୍ବାଚନ କ୍ଷେତ୍ର ଭାବେ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କଲେ ନବୀନ । ଟିଟିଲାଗଡ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନବୀନ ନାମାଙ୍କନ ପତ୍ର ଦାଖଲ କଲେ । ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀ ନାମାଙ୍କନ ଦାଖଲ କରିସାରିଛନ୍ତି । 

ନାମାଙ୍କନ ଦାଖଲ ସମୟରେ ନବୀନଙ୍କ ସହ ଭି.କେ. ପାଣ୍ଡିଆନ, ଅନଙ୍ଗ ଉଦୟ ସିଂଦେଓ, ଟିଟିଲାଗଡ ବିଧାନସଭା ପ୍ରାର୍ଥୀ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ଏକ ସ୍ବତନ୍ତ୍ର ବିମାନ ଯୋଗେ ତୁଷୁରା ଏୟାରଷ୍ଟ୍ରିପ୍‌ରେ ପହଞ୍ଚିଥିଲେ । ସେଠାରୁ ସେ ଏକ ହେଲିକାପ୍ଟର ଯୋଗେ ଟିଟିଲାଗଡ଼ ସିଟି ସ୍କୁଲ ପଡ଼ିଆ ହେଲିପ୍ୟାଡ୍‌ରେ ପହଞ୍ଚିଥିଲେ । ସେଠାରୁ ବିଶାଳ ରୋଡ୍ ସୋ'ରେ ପ୍ରାର୍ଥିପତ୍ର ଦାଖଲ ପାଇଁ ମୁଖ୍ୟମନ୍ତ୍ରୀ ବାହାରିଥିଲେ । ଟିଟିଲାଗଡ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ନବୀନ । ପରେ ଟିଟିଲାଗଡ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନବୀନ ନାମାଙ୍କନପତ୍ର ଦାଖଲ କରିଥିଲେ ।

You Can Read :

ସ୍କୁଟିକୁ ପିଟିଲା ଟ୍ରକ, ଘଟଣାସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ 

  • naveen patnaik
  • odisha
  • OdishaNews
  • Elections 2024
  • Odisha assembly election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.