Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

୭୫ ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରୋନା ସ୍ଥିତି ପାଇଁ ପାଳିବେନି ଜନ୍ମଦିନ

16/10/2020 at 10:23 AM

ଭୁବନେଶ୍ବର ୧୬।୧୦: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୫ ବର୍ଷରେ ପାଦ ଦେଇଛନ୍ତି । କରୋନା ସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ଆଜି ଜନ୍ମଦିନ ପାଳନ କରିବେ ନାହିଁ । ତେଣୁ ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ ସହଯୋଗ କରିବା ସହ ରକ୍ତ ଦାନ, ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ । ଗତ ୮ ମାସ ହେଲା କୋଭିଡ୍ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ତେଣୁ ନବୀନ ନିବାସ ନଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତ ଦାନ କରିବା ଏବଂ ପ୍ଲାଜମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

ଦୀର୍ଘ ୨୦ ବର୍ଷ ଧରି ନବୀନଙ୍କ ଅକ୍ଲାନ୍ତ ପରିଶ୍ରମ ଯୋଗୁଁ ରାଜ୍ୟକୁ ସମୃଦ୍ଧି ପଥରେ ଆଗେଇ ନେଇଛନ୍ତି । ଏବେ ରାଜ୍ୟ ସବୁ ଦିଗରୁ ସମୃଦ୍ଧ । ବର୍ତ୍ତମାନ କୋଭିଡ୍ ମହାମାରୀ ସମୟରେ ଲୋକଙ୍କୁ କିପରି ସ୍ବାସ୍ଥ୍ୟ ସେବା ଯୋଗାଇ ହେବ ତା ଉପରେ ଗୁରୁତ୍ବ ଦିଆଯାଇଛି । ଖୁବ୍ କମ୍ ଦିନରେ କୋଭିଡ୍ ହସ୍ପିଟାଲ ଖୋଲିବା ସହ କରୋନା ଆକ୍ରାନ୍ତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଇଛି।

   Related Posts