Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କୋଭିଡ ସହାୟତା, ୧ ଲକ୍ଷ ଚାଷୀଙ୍କୁ ଦିଆଗଲା ୧୧ କୋଟି

5/08/2021 at 11:13 PM

ଭୁବନେଶ୍ୱର ୦୮।୦୫:  ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି।

ସୂଚନାଯୋଗ୍ୟ ଯେ,   ଓମ୍‌ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍‌ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍‌ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଥମେ ଅଲମ୍ପିକ୍‌ରେ ଭାରତର ସଫଳତା ପାଇଁ ଭାରତୀୟ ଟିମ୍‌କୁ ଅଭିନନ୍ଦନ ଜଣାଇ କହିଲେ ଯେ ଭାରତୀୟ ହକୀ ଦଳର ଅନନ୍ୟ ସଫଳତା ପାଇଁ ଆମେ ସମସ୍ତେ ଗର୍ବିତ ।

ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି । ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା – ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକଙ୍କ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍‌ଧର ବହୁତ ବଡ ଭୂମିକା ରହିଛି ।  ତେଣୁ ଦୁଗ୍‌ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି। ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍‌ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ। ୫-ଟି ଓ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ବୋଲି ପ୍ରକାଶ କରି ସେ କହିଲେ ଯେ ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀ ସଂପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି । ଆଜିର କାର୍ଯ୍ୟକ୍ରମରେ ବରଗଡ, ନବରଂଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ ।

   Related Posts