Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା

25/10/2020 at 12:48 PM

ଭୁବନେଶ୍ୱର ୨୫।୧୦: ଗତ ଅଗଷ୍ଟ ମାସରେ ହୋଇଥିବା ବର୍ଷା ବନ୍ୟାଜନିତ କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କଠାରୁ ରାଜ୍ୟ ସରକାର ୧୫୬୯.୫୦ କୋଟି ଟଙ୍କାର ସହାୟତା ଲୋଡ଼ିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏହି ଚୂଡ଼ାନ୍ତ ସହାୟତା ଦାବି ପ୍ରସ୍ତାବକୁ ଅନୁମୋଦନ ମିଳିଛି।

ଚୂଡ଼ାନ୍ତ ରିପୋର୍ଟରେ ରିଲିଫ ଓ ଭିତ୍ତିଭୂମି ପୁନରୁଦ୍ଧାର ବାବଦରେ ୭୧୫.୯୧ କୋଟି ଟଙ୍କା, ଜଳସମ୍ପଦ ବିଭାଗର ୬୪୮.୯୦କୋଟି ଟଙ୍କା, ପୂର୍ତ୍ତ ବିଭାଗର ୨୦୪.୭୦ କୋଟି ଟଙ୍କା ସହାୟତା ଦେବାକୁ ଓଡ଼ିଶା ସରକାର ଦାବି କରିଛନ୍ତି । ବନ୍ୟା କ୍ଷୟକ୍ଷତିର ଆକଳନ ପାଇଁ ସେପ୍ଟେମ୍ବର ୧୬ ଓ ୧୭ତାରିଖରେ ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଆନ୍ତଃ ମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ ଓଡ଼ିଶା ଗସ୍ତ କରିଥିଲେ ।

ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକ ଆକଳନ ଅନୁସାରେ ମୋଟ ୧୭୮୪.୩୦କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ରିପୋର୍ଟରେ ଦର୍ଶାଯାଇଥିଲା। ଏନଡିଆରଏଫ ଗାଇଡଲାଇନ ଅନୁସାରେ ରାଜ୍ୟ ସରକାର ୧୧୨୪.୧୦କୋଟି ଟଙ୍କାର ବନ୍ୟା ସହାୟତା ଦେବା ପାଇଁ ପ୍ରାଥମିକ ସ୍ମାରକପତ୍ରରେ ଦାବି କରିଥିଲେ। ଏବେ ଜିଲ୍ଲାପାଳ ଓ ବିଭାଗଗୁଡ଼ିକ କ୍ଷୟକ୍ଷତି ରିପୋର୍ଟ ଦେବାପରେ ଚୂଡ଼ାନ୍ତ କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଚୂଡ଼ାନ୍ତ ରିପୋର୍ଟରେ ରାଜ୍ୟ ସରକାର ଦର୍ଶାଇଛନ୍ତି ଯେ, ବର୍ଷା ଓ ବନ୍ୟା ଯୋଗୁ ମୋଟ ୧୬୪୨.୨୬କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି ।

ବିଭିନ୍ନ ବିଭାଗରେ ହୋଇଥିବା କ୍ଷୟକ୍ଷତିର ପୁନରୁଦ୍ଧାର ଲାଗି ଏସଡିଆରଏଫରୁ ୩୧୭.୫୮ କୋଟି ଟଙ୍କା ପ୍ରଦାନ କରାଯିବ। ଏହାସହ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦେଇଥିବା ପ୍ରସ୍ତାବ ଆଧାରରେ ବନ୍ୟାପ୍ରଭାବିତଙ୍କୁ ଚାଉଳ ବଣ୍ଟନ ବାବଦରେ ୭୦ କୋଟି ଟଙ୍କା ଅନୁମୋଦନ କରାଯାଇଛି।

   Related Posts