ଆରପାରିରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ପତ୍ନୀ, ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
23/11/2020 at 9:14 AM

ଭୁବନେଶ୍ୱର,୨୩/୧୧: ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ପରଲୋକ ଘଟିଛି । ରବିବାର ରାତ୍ରରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ଗତ ନଭେମ୍ବର ୧ ତାରିଖରେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ । କରୋନାରୁ ସୁସ୍ଥ ହେବାପରେ ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଥିବାରୁ ତାଙ୍କର ଚିକିତ୍ସା ଜାରି ରହିଥିଲା। ସୁଶିଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବ୍ୟକ୍ତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରି କହିଛନ୍ତି ଯେ, ସେ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଥିଲେ । ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟାଗରେ ଶୋକ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ। ଅମର ଆତ୍ମାର ସଦଗତି କାମନା କରୁଛି।
ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ । ଅମର ଆତ୍ମାର ସଦଗତି କାମନା କରୁଛି ।
— Dharmendra Pradhan (@dpradhanbjp) November 23, 2020