Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କଲେ ରାଜ୍ୟ ସରକାର : ଉପକୃତ ହେବେ ଚାଷୀ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ, ନିର୍ମାଣ ଶ୍ରମିକ…

17/06/2021 at 7:15 PM

ଭୁବନେଶ୍ବର ୧୭/ ୦୬ : ରାଜ୍ୟବାସୀଙ୍କ ପାଇଁ କୋଭିଡ ସହାୟତା ଘୋଷଣା । ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସହାୟତା ଦ୍ବାରା ରାଜ୍ୟର ବିଭିନ୍ନ ବର୍ଗର ଲୋକ ଉପକୃତ ହେବେ । ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ, ଆଦିମ ଜନଜାତି, ସହରାଞ୍ଚଳର ଗରିବ ଲୋକମାନେ ଏହା ଦ୍ବାରା ଉପକୃତ ହେବେ ।


ଏହା ସହିତ କାଳିଆ ଯୋଜନାରେ ଭୂମିହୀନ ଚାଷୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଖୁବଶୀଘ୍ର ୩ଟି କିସ୍ତିରେ ୨୦୭ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ । କାଳିଆ ଯୋଜନାରେ ଚାଷୀଙ୍କୁ ମିଳିବ ୧୦୦୦ ଟଙ୍କାର ସ୍ବତନ୍ତ୍ର ସହାୟତା । ରାଜ୍ୟର ପ୍ରାୟ ୧୭ ଲକ୍ଷ ୮୩ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ । ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା । ନିର୍ମାଣ ଶ୍ରମିକଙ୍କୁ ମିଳିବ ୧୫୦୦ ଟଙ୍କାର ସ୍ବତନ୍ତ୍ର କୋଭିଡ ସହାୟତା । ଏହା ସହିତ ଶ୍ରମିକଙ୍କ ସହାୟତା ପାଇଁ ଖର୍ଚ୍ଚ ହେବ ୩୬୦ କୋଟି ଟଙ୍କା ।

ରାଜ୍ୟରେ ଖାଦ୍ୟ ସୁରକ୍ଷା ଯୋଜନାରେ ଆସନ୍ତା ନଭେମ୍ବର ମାସ ଯାଏଁ ଲୋକଙ୍କୁ ମାଗଣା ଚାଉଳ ମିଳିବ । ଜୁଲାଇ ମାସରୁ ନଭେମ୍ବର ମାସ ଯାଏଁ ହିତାଧିକାରୀଙ୍କୁ ମିଳିବ ୫ କେଜି ଲେଖାଏଁ ଚାଉଳ । ଏଥିପାଇଁ ରାଜ୍ୟ ସରକାର ପ୍ରାୟ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ ହେବ ।

   Related Posts