Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ନିର୍ମାଣ ଶ୍ରମିକଙ୍କ ପାଇଁ ୩୮୫ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କଲେ ରାଜ୍ୟ ସରକାର, ଉପକୃତ ହେବେ ୨୬ ଲକ୍ଷ

15/07/2021 at 7:41 PM

ଭୁବନେଶ୍ବର ୧୫/୦୭ : ରାଜ୍ୟର ନିର୍ମାଣ ଶ୍ରମିକଙ୍କ ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି । ମୋଟ ୩୮୫ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ବାରା ରାଜ୍ୟର ପ୍ରାୟ ୨୬ ଲକ୍ଷ ନିର୍ମାଣ ଶ୍ରମିକ ଉପକୃତ ହେବେ । କରୋନା ମହାମାରୀ ସମୟରେ ନିର୍ମାଣ ଶ୍ରମିକମାନେ ମଧ୍ୟ ପ୍ରଭାବିତ ହୋଇଛନ୍ତି ।

ଦୁର୍ଦ୍ଦିନରେ ଦିନ କାଟୁଥିବା ନିର୍ମାଣ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି । ମୋଟ ୩୮୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଛି । ସହାୟତା ଘୋଷଣା କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ପ୍ରତ୍ୟେକ ନିର୍ମାଣ ଶ୍ରମିକ ଜଣେ ଜଣେ ବିଶ୍ବକର୍ମା । ସେମାନଙ୍କ ଅବଦାନ ବେଶ ପ୍ରଶଂସନୀୟ । ତେଣୁ ଏଭଳି ଦୁଃସ୍ଥିତିରେ ସେମାନଙ୍କୁ ସହାୟତା କରାଯିବା ନିହାତି ଆବଶ୍ୟକ ।

   Related Posts