Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା, ଡ୍ୟୁଟି ବେଳେ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି

29/04/2021 at 5:56 PM

ଭୁବନେଶ୍ବର ୨୯/୦୪ : କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ଘୋଷଣା । କୋଭିଡ୍‌ ଡ୍ୟୁଟି ବେଳେ ମୃତ୍ୟୁ ହେଲେ ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିବ ଆର୍ଥିକ ସହାୟତା । କାର୍ଯ୍ୟରତ ଯୋଦ୍ଧାଙ୍କ କରୋନାରେ ମୃତ୍ୟୁ ହେଲେ କୋଭିଡ୍‌ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାର ଦେବେ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଦେଶରେ ଏବେ ସଂକ୍ରମଣ ବ୍ୟାପକ ହେବାରେ ଲାଗିଛି। କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ କର୍ମୀ ଏବଂ ଆଗ ଧାଡିର ଯୋଦ୍ଧାମାନେ ନିଜ ଜୀବନକୁ ବାଜିରେ ଲଗାଇ ଅନବରତ ସେବା ଯୋଗାଇଦେଉଛନ୍ତି । ତେଣୁ ସେମାନଙ୍କ ପାଇଁ ରାଜ୍ୟ ସରକାର ଆର୍ଥିକ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଡ୍ୟୁଟି ବେଳେ ମୃତ୍ୟୁ ହେଲେ କୋଭିଡ୍‌ ଯୋଦ୍ଧାଙ୍କ ପରିବାରକୁ ମିଳିବ ୫୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ।

   Related Posts