Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||

ସ୍ବାଭାବିକ ହେବ ହାଇକୋର୍ଟ ; ୭୮ଦିନ ପରେ ଆଜି କାର୍ଯ୍ୟରେ ଯୋଗଦେବେ ଆଇନଜୀବୀ

15/11/2018 at 12:20 PM

କଟକ ୧୫|୧୧: ସ୍ବାଭାବିକ ହେବ ହାଇକୋର୍ଟ । ଆଜି କାର୍ଯ୍ୟରେ ଯୋଗଦେବେ ଆଇନଜୀବୀ ।  ୭୮ ଦିନ ପରେ ଆନ୍ଦୋଳନରୁ ଓହରିଲେ ଆଇନଜୀବୀ । ହାଇକୋର୍ଟ ବାର୍ ଆସୋସିଏସନ୍ ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ହାଇକୋର୍ଟରେ ଆଇନଜୀବୀ ଦେବୀ ପ୍ରସାଦ ପଟ୍ଟନାୟକଙ୍କ ଆବେଦନର ଶୁଣାଣି ସମୟରେ ଅଭିଯୁକ୍ତ ୩ ପୋଲିସ କର୍ମଚାରୀ ନିସର୍ତ୍ତ କ୍ଷମା ପ୍ରାର୍ଥନା କରିଥିଲେ।  ଅନ୍ୟପଟେ ଅକ୍ଟୋବର ୨୯ରେ ହାଇକୋର୍ଟ ପରିସରରେ ଜଣେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଏବଂ ସେଠାରେ ସୃଷ୍ଟି ହୋଇଥିବା ପରିସ୍ଥିତି ପାଇଁ ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଦୁଃଖ ପ୍ରକାଶ କରାଯାଇଥିଲା।  ଆଇନଜୀବୀଙ୍କ ସୁରକ୍ଷା ନିମେନ୍ତେ ଏକ ଗାଇଡ୍ ଲାଇନ୍ ପ୍ରସ୍ତୁତ ଉପରେ ଖଣ୍ଡପୀଠ ଗୁରୁତ୍ବାରୋପ କରିଥିଲେ । ଏ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏହି କମିଟିରେ ରାଜ୍ୟ ଗୃହ ବିଭାଗର ବରିଷ୍ଠ ଅଧିକାରୀ, ବାର୍ ଆସୋସିଏସନର ସଭାପତି ଓ ସଂପାଦକଙ୍କ ସହିତ ତିନି ଜଣ ବରିଷ୍ଠ ଆଇନଜୀବୀଙ୍କୁ ସ୍ଥାନ ଦିଆଯିବ ବୋଲି ହାଇକୋର୍ଟ ବାର୍ ଆସୋସିଏସନ୍ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts