କରୋନା ପାଇଁ ରାଜ୍ୟରେ ଲକ୍ ଡାଉନ୍ ଘୋଷଣା, ୫ଟି ଜିଲ୍ଲା ସହ ୮ଟି ସହରରେ ୨୨ରୁ ୨୯ ମାର୍ଚ୍ଚ ଲକ୍ ଡାଉନ୍

Published By : Prameya-News7 Bureau | March 21, 2020 IST

ଭୁବନେଶ୍ୱର ୨୧।୩: ସାରା ବିଶ୍ବରେ ଏବେ ଆତଙ୍କ ସୃଷ୍ଟି କରିଛି କରୋନା ଭାଇରସ୍ । ଏଥିରୁ ସୁରକ୍ଷିତ ରହିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ନେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ଜିଲ୍ଲା ସମେତ କିଛି ସହରରେ ଲକ୍ ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

୫ଟି ଜିଲ୍ଲା ହେଉଛି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ । ତେଣୁ ପ୍ରଥମ ପର୍ଯ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର,  ରାଉରକେଲା,  ଭଦ୍ରକ,  ପୁରୀ,  ଯାଜପୁର ରୋଡ୍ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ସକାଳ ୭ଟାରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ଲକ୍ ଡାଉନ୍ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଗତ ଦୁଇ ମାସ ମଧ୍ୟରେ ଦୁନିଆ ବଦଳି ଯାଇଛି। ରାଜନୀତି, ଅର୍ଥନୀତି ସବୁ କିଛି ପଛରେ ପକାଇ ସ୍ବାସ୍ଥ୍ୟ ସମସ୍ୟା ସାରା ବିଶ୍ବ ପାଇଁ ଏକ ବହୁତ ବଡ ଆହ୍ବାନ ସୃଷ୍ଟି କରିଛି। ଚୀନ ଓ ସାଉଥ କୋରିଆ ଠାରୁ ଆରମ୍ଭ କରି ନିକଟରେ ଆମେରିକା, ବ୍ରିଟେନ ଓ ଅନ୍ୟ ଇରୋପୀୟ ଦେଶ ମାନଙ୍କ ପାଇଁ କରୋନା ଭାଇରସ୍‌ ଗୁରୁତର ସମସ୍ୟା ସୃଷ୍ଟି କରିଛି। ଗତ କିଛି ଦିନ ମଧ୍ୟରେ ବିଦେଶରୁ ୩୦୦୦ରୁ ଅଧିକ ଲୋକ ଓଡିଶାକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ପ୍ରତିଶତ ହେଉଛନ୍ତି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାର। ତେଣୁ ପ୍ରଥମ ପର୍ଯ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ରବିବାର ସକାଳ ୭ଟା ରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ପ୍ରାୟ ସଂପୂର୍ଣ୍ଣ ଲକ୍ ଡାଉନ୍ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି ।

wp:core-embed/twitter {"url":"https://twitter.com/Naveen_Odisha/status/1241299326619377665","type":"rich","providerNameSlug":"twitter","className":""}
https://twitter.com/Naveen_Odisha/status/1241299326619377665
/wp:core-embed/twitter

ଏହି ଲକ୍ ଡାଉନ୍ ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ ସଉଦା ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକ ଦ୍ରବ୍ୟର ହୋଲସେଲ୍ ମାର୍କେଟ୍ ମଧ୍ୟ ଖୋଲା ରହିବ।

{"id":241876,"sizeSlug":"large"}

ସେହିପରି ଏସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ଏଟିଏମ୍, ମ୍ୟୁନିସ୍‌ପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ଓଡ୍ରାଫ୍, ପାନୀୟ ଜଳ ଓ ବିଦ୍ୟୁତ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ।ଲୋକଙ୍କ ସ୍ବାର୍ଥ ପାଇଁ ସରକାର କରିଥିବା ଏହି କଟକଣାକୁ ଯିଏ ଭାଙ୍ଗିବାକୁ ଚେଷ୍ଟା କରିବ ତା ବିରୋଧରେ କଠୋର ପଦକ୍ଷେପ ନେବାକୁ ନବୀନ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.