ସ୍ଥଗିତ ରହିଲା ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ, ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

Published By : Prameya-News7 Bureau | November 07, 2020 IST

କଟକ ୭।୧୧: ରାଜ୍ୟରେ ସ୍ଥଗିତ ରହିଲା ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ । ଫର୍ମ ପୂରଣ ସ୍ଥଗିତ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପରବର୍ତ୍ତୀ ବିଜ୍ଞପ୍ତିରେ ଫର୍ମ ପୂରଣ ନେଇ ସୂଚନା ଦିଆଯିବବୋଲି କୁହାଯାଇଛି ।

ତେବେ ମାଟ୍ରିକ ଫର୍ମ ପୂରଣ ବିଜ୍ଞପ୍ତି ପ୍ରତ୍ୟାହାର ନେଇ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ପ୍ରତ୍ୟାହାର ପାଇଁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବୋର୍ଡ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଲାଗି ୫ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଯାହାକୁ ନେଇ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଅସନ୍ତୁଷ୍ଟ ଥିଲେ । ଯାହା ପରେ ମନ୍ତ୍ରୀ ବୋର୍ଡକୁ ଏଭଳି ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ଗତକାଲି ଚଳିବବର୍ଷ ସ୍କୁଲ ଖୋଲିବା ନେଇ ଥିବା ନିଷ୍ପତ୍ତି ଉପରେ ରୋକ୍ ଲଗାଯାଇଛି । କରୋନା ମହାମାରୀର ଦ୍ଵିତୀୟ ଲହରର ଆଶଙ୍କାକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ବର୍ଷ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏ ନେଇ ସୂଚନା ଦେଇଥିଲେ। ଏହା ପୂର୍ବରୁ ରାଜ୍ୟ ସରକାର ସ୍କୁଲ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ କରିଥିଲେ। ହେଲେ ସ୍କୁଲ ଖୋଲିବାର ତିନି ଦିନ ଭିତରେ ଆନ୍ଧ୍ର ପ୍ରଦେଶରେ ୨୬୧ ଛାତ୍ର-ଛାତ୍ରୀ କରୋନା ସଂକ୍ରମିତ ହେବାରୁ ଓଡିଶା ସରକାର ନିଜ ନିଷ୍ପତ୍ତି ବଦଳାଇଥିଲେ। ହେଲେ କରୋନା ପାଇଁ ରାଜ୍ୟ ସରକାର ଚଳିତ ବର୍ଷ ସ୍କୁଲ ଆଉ ନଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ବ ଦେଇ ରାଜ୍ୟ ସରକାର ନିଷ୍ପତ୍ତି ବଦଳାଇଛନ୍ତି ।

{"id":357624,"sizeSlug":"large"}
{"id":357625,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.