Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍ ! ମୋବାଇଲରୁ ମୋବାଇଲକୁ ଘୁରି ବୁଲିଲା ପ୍ରଶ୍ନପତ୍ର

22/02/2019 at 12:10 PM

ଭୁବନେଶ୍ବର ୨୨|୨ : ଆଜିଠୁ ଆରମ୍ଭ ହୋଇଛି ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା । ପରୀକ୍ଷା ଆରମ୍ଭରୁ ବିଭ୍ରାଟ ଦେଖିବାକୁ ମିଳିଛି । ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ଥିଲା ମାତୃଭାଷା ପରୀକ୍ଷା । ପ୍ରଥମ ଦିନରୁ ହିଁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି । ରାଜ୍ୟର ଏକାଧିକ ସ୍ଥାନରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି ।

ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଛି ମାଟ୍ରିକ୍ ପ୍ରଶ୍ନପତ୍ର । ମାତୃଭାଷା ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ଅଭିଯୋଗ ହୋଇଛି । ପରୀକ୍ଷା ସରିବା ପୂର୍ବରୁ ବାହାରେ ବୁଲିଲା ପ୍ରଶ୍ନପତ୍ର । ତେବେ ପରୀକ୍ଷା କେନ୍ଦ୍ରକୁ ମୋବାଇଲ ବାରଣ ଥିବା ସତ୍ବେ କିପରି ପ୍ରଶ୍ନପତ୍ର ଭାଇରାଲ ହେଲା ସେନେଇ ଏବେ ସାଧାରଣରେ ଚର୍ଚ୍ଚା ସୃଷ୍ଟି ହୋଇଛି । ଏତେ ସୁରକ୍ଷା କଟକଣା ସତ୍ତ୍ବେ ବି କିଭଳି ପ୍ରଶ୍ନପତ୍ର ଭାଇରାଲ ହୋଇଛି ସେନେଇ ସାଧାରଣରେ ଚର୍ଚ୍ଚା ହେଉଛି ।

ତେବେ ପ୍ରଶ୍ନପତ୍ର ଲିକ୍ ଘଟଣା ନେଇ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ରଖିଛନ୍ତି । ପ୍ରଶ୍ନପତ୍ର ଲିକ୍ ଘଟଣା ଗୁଜବ ଓ ସେଥିରେ କିଛି ସତ୍ୟତା ନଥିବା ମନ୍ତ୍ରୀ କହିଛନ୍ତି ।

   Related Posts