Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ପଞ୍ଚାୟତ ନିର୍ବାଚନ ପାଇଁ ଫିଟିଲା ବାଟ, ବିଧାନସଭାରେ ପାରିତ ହେଲା ଓଡିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧

8/09/2021 at 4:40 PM

ଭୁବନେଶ୍ବର ୮।୯: ବିଧାନସଭାରେ ପାରିତ ହେଲା ଓଡିଶା ପଞ୍ଚାୟତ ସଂଶୋଧନ ବିଲ୍ ୨୦୨୧ । ଏହି ବିଧେୟକ ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ । ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ।

ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ କାର୍ଯ୍ୟକାରୀ କରିବେ। ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ଲାଗି ସଂରକ୍ଷଣ କରାଯିବ। କିନ୍ତୁ ତାହା ୨୭ ଭିତରେ ରହିବା ଉଚିତ। ଯେଉଁଠି ପେଶା ଆଇନ କାର୍ଯ୍ୟକାରୀ ହେଉଛି ଅଥବା ସିଡ୍ୟୁଲ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବନାହିଁ । ଏବେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିଲା ।

   Related Posts