Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବିଧାନସଭାରେ ପାରିତ ହେଲା ଓଡିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍ ୨୦୨୧

7/09/2021 at 5:07 PM

ଭୁବନେଶ୍ବର ୭।୯: ଓଡିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍ ୨୦୨୧ ବିଧାନସଭାରେ ଆଗତ ହୋଇଛି।  ଓଡିଶା ଗ୍ରାମ ପଞ୍ଚାୟତ ବିଧେୟକ ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ । ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ।  ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ ତାହାକୁ କାର୍ଯ୍ୟକାରୀ କରିବେ।

ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ଲାଗି ସଂରକ୍ଷଣ କରାଯିବ। କିନ୍ତୁ ତାହା ୨୭ ଭିତରେ ରହିବା ଉଚିତ । ଯେଉଁଠି ପେଶା ଆଇନ କାର୍ଯ୍ୟକାରୀ ହେଉଛି ଅଥବା ସିଡ୍ୟୁଲ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବନାହିଁ । ଏହି ବିଲ୍ ବିଧାନସଭାରେ ପାରିତ ହେଲେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିବ। ଅନ୍ୟପକ୍ଷରେ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକ ସୋମବାର ଗୃହରେ ଉପସ୍ଥାପିତ ହୋଇଥିଲା ।

ସେହିଭଳି ଓଡିଶା ରିପିଲିଂ ବିଲ୍ ୨୦୨୧ ବିଧାନସଭାରେ ପାରିତ ହୋଇଛି । ଏହି ବିଲ୍ ପାରିତ ହେବା ପରେ ୧୯୫୦ରୁ ୨୦୧୧ ମସିହା ମଧ୍ୟରେ ପ୍ରଭାବ ନଥିବା ୨୦୬ଟି ଆଇନ ଅକାମୀ ହୋଇଯିବ । ଏହାସହ ଓଡ଼ିଆ ବିଶ୍ବ ବିଦ୍ୟାଳୟ ସଂଶୋଧନ ବିଲ୍ ୨୦୨୧ ଗୃହରେ ପାରିତ ହୋଇଛି ।

   Related Posts