କୋଟିଆରେ ଓଡିଶା ପୋଲିସ ଫୋର୍ସ, ଆନ୍ଧ୍ର ଅଧିକାରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ଫୋର୍ସ ମୁତୟନ

Published By : Prameya-News7 Bureau | October 22, 2021 IST

କୋରାପୁଟ ୨୨।୧୦: କୋଟିଆରେ ଓଡିଶା ପୋଲିସ ଫୋର୍ସ । ସୁନାବେଡା, ସେମିଳିଗୁଡା, ଦାମନଯୋଡି, ପଟାଙ୍ଗି ଥାନା ଅଧିକାରୀଙ୍କ ସମେତ ଜିଲ୍ଲା ପୋଲିସର ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି । କୋଟିଆରେ ଆନ୍ଧ୍ର ଅଧିକାରୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିବାରୁ ତାକୁ ଦୃଷ୍ଟିରେ ରଖି ଓଡିଶା ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କୋଟିଆରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିଶୃଙ୍ଖଳାକୁ ବରାଦସ୍ତ କରାଯିବ ନାହିଁ ବୋଲି କହିଛନ୍ତି କୋରାପୁଟ ଜିଲ୍ଲାପାଳ ଅବଦୁଲ ମହମ୍ମଦ ଅଖତର । ତେବେ ସୁପ୍ରିମକୋର୍ଟଙ୍କ  ନିର୍ଦ୍ଦେଶକୁ କଡା କଡି କାର୍ଯ୍ୟକାରୀ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.