ଓଡ଼ିଶା ରସଗୋଲାକୁ ମିଳିଲା ଜିଆଇ ମାନ୍ୟତା : ଚେନ୍ନାଇ ଜିଆଇ କାର୍ଯ୍ୟାଳୟରୁ ମିଳିଲା ସାର୍ଟିଫିକେଟ୍

Published By : Prameya-News7 Bureau | July 29, 2019 IST

ଭୁବନେଶ୍ବର ୨୯/୭: ରସଗୋଲାକୁ ନେଇ ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ଲାଗି ରହିଥିବା ବିବାଦରେ ପଡିଲା ପୂର୍ଣ୍ଣଛେଦ । ଶେଷରେ ଓଡ଼ିଶା ରସଗୋଲାକୁ ମିଳିଲା ଜିଆଇ ମାନ୍ୟତା । ଚେନ୍ନାଇ ଜିଆଇ କାର୍ଯ୍ୟାଳୟରୁ ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍ ଦିଆଯାଇଥିବା ବେଳେ  ଏହାର ପ୍ରମାଣ ପତ୍ର ମଧ୍ୟ ଦିଆଯାଇଛି ।

{"id":138590,"width":564,"height":380}

୨୦୧୮ ଏପ୍ରିଲ ୨୩ରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ଓ ଉତ୍କଳ ମିଷ୍ଠାନ୍ନ ବ୍ୟବସାୟୀ ସଂଘ ପକ୍ଷରୁ ଜିଆଇ ଟ୍ୟାଗ୍ ପାଇଁ ଆବେଦନ କରାଯାଇଥିଲା । ଏହା ପୂର୍ବରୁ ପଶ୍ଚିମବଙ୍ଗ ରସଗୋଲାକୁ ବାଂଲା ରସଗୋଲା ଭାବେ ଜିଆଇ ଟ୍ୟାଗ ମିଳି ସାରିଛି।

{"id":138592,"width":572,"height":381}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.