୨୪ ଘଣ୍ଟା ମଧ୍ୟରେ ସାରା ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା
20/08/2018 at 4:30 PM

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ପଶ୍ଚମି ବଙ୍ଗୋପସାଗରରେ ଘନିଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ସାରା ଓଡିଶାରେ ବର୍ଷା ଲାଗି ରହିବ । ଉତ୍ତର ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, ନବରଙ୍ଗପୁର, ଢେଙ୍କାନାଳ, କଟକ, କୋରାପୁଟ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, ଯାଜପୁର, ଦେବଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି କଳାହାଣ୍ଡି, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ବାଲେଶ୍ବର, ବରଗଡ, ଝାରସୁଗୁଡାରେ ପ୍ରବଳ ବର୍ଷା ହେବ । ଏହି ସମୟରେ ବର୍ଷାର ପରିମାଣ ଅଧିକା ରହିଥିବାରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
Related Posts
ନବୀକରଣ ହେବ ଆଠଗଡ଼ ପୁରୁଣା ତହସିଲ କାର୍ଯ୍ୟାଳୟ
3 March 2021