Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ କରୋନା ନେଲା ଆଉ ଜୀବନ, ମୃତକ ଗଞ୍ଜାମ ଜିଲ୍ଲାର : ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

17/05/2020 at 9:33 AM

ଭୁବନେଶ୍ୱର ୧୭।୦୫: ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଦିନକୁ ଦନି ବଢିବାରେ ଲାଗିଛି ।  ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୪ କୁ ବୃଦ୍ଧି ପାଇଛି । ରବିବାର ରାଜ୍ୟରେ କରୋନା ନେଇଛି ଆଉ ୨ଜଣଙ୍କ ଜୀବନ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ପୂର୍ବରୁ ରାଜ୍ୟରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଜଣଙ୍କ ମୃତ୍ୟୁ ହୋଇଥିବାର ଖବର ଆସିଛି ।

ପୂର୍ବରୁ ରାଜ୍ୟରେ ୩ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା । ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଥିବା ବେଳେ ଜଣେ ଗଞ୍ଜାମ ଜିଲ୍ଲାର ହୋଇଥିଲେ । ତେବେ ଆଜି ଜଣଙ୍କ ମୃତ୍ୟୁ ହୋଇଥିବା ମଧ୍ୟ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ମୋଟ ୨ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇସାରିଲାଣି । ସେହିପରି ଆଜି ରାଜ୍ୟରେ ମୋଟ ୯୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯଥାକ୍ରମେ ଭଦ୍ରକ ଜିଲ୍ଳାରୁ ୨୮ ବାଲେଶ୍ବର ଜିଲ୍ଳାରୁ ୧୭ ଗଞ୍ଜାମ ଜିଲ୍ଲାରୁ ୧୫, କଟକ ଜିଲ୍ଲା ୧୨, ପୁରୀ ଜିଲ୍ଲାରୁ ୭, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୩, ବଲାଙ୍ଗିରୀ ୨, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲୋଖାଏଁ ଆକ୍ରାନ୍ତ ଚିହ୍ନଟ୍ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ୬୨୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୪ ଜଣଙ୍କର ମୃତ୍ୟୁ ହୋଇଛି।

   Related Posts