Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ଗ୍ୟାଙ୍ଗଷ୍ଟର ହାଇଦର ଏନ୍‌କାଉଣ୍ଟର ଘଟଣା, ରିପୋର୍ଟ ତଲବ କଲେ OHRC

26/07/2021 at 2:23 PM

ଭୁବନେଶ୍ୱର ୨୬।୦୭: ପୋଲିସ ଏନ୍‌କାଉଣ୍ଟରେ ଗ୍ୟାଙ୍ଗଷ୍ଟର ହାଇଦର ମୃତ୍ୟୁ ଘଟଣା । ରିପୋର୍ଟ ତଲବ କଲେ OHRC।  ମାମଲାରେ ନିଜ ଆଡ଼ ମାମଲା ରୁଜୁ କରିଛନ୍ତି OHRC । ଗଣମାଧ୍ୟମର ରିପୋର୍ଟ ଆଧାରରେ ମାମଲା ରୁଜୁ କରାଯାଇଛି । ୪ ସପ୍ତାହ ଭିତରେ ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି OHRC । ଏହା ସହିତ ପୋଲିସ କମିଶନରଙ୍କୁ ମଧ୍ୟ ରିପୋର୍ଟ ମାଗିଛନ୍ତି OHRC ।

ସୂଚନାଯୋଗ୍ୟ, ଶନିବାର ହାଇଦରକୁ ଚୌଦ୍ୱାର ଜେଲ୍‌ରୁ ବାରିପଦା ଜେଲ୍‌କୁ ନେଉଥିବା ସମୟରେ ରାସ୍ତାରେ ସେ ଖସି ଯିବାକୁ ଚେଷ୍ଟା କରୁଥିବା ବେଳେ ଏନ୍‌କାଉଣ୍ଟର କରିଥିଲା ପୋଲିସ । ତାର ଗୋଡ଼ ଏବଂ ପେଟରେ ଗୁଳି ବାଜିଥିଲା ପରେ ତାକୁ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ହିଁ ତାର ମୃତ୍ୟୁ ଘଟିଥିଲା । ବାଲେଶ୍ୱର ସିମୁଳିଆ ନିକଟରେ ହୋଇଥିଲା ଏହି ଏନ୍‌କାଉଣ୍ଟର । ସୁରକ୍ଷା ଦୃଷ୍ଟିରୁ ତାକୁ ଅନ୍ୟ ଜେଲ୍‌କୁ ସ୍ଥାନାନ୍ତର ହେଉଥିବା ସମୟରେ ସେ ରାସ୍ତାରେ ପରିଶ୍ରା କରିବା ପାଇଁ କହିଥିଲା । ଏହି ସମୟରେ ସେ ଗାଡ଼ିରେ ଥିବା ପୋଲିସ୍‌ଙ୍କ ଠାରୁ ବନ୍ଧୁକ ଛଡ଼ାଇ ଦୌଡ଼ିବାକୁ ଚେଷ୍ଟା କରିଥିଲା । ତାକୁ ଧରିବା ପାଇଁ ପୋଲସ୍‌ ବାଧ୍ୟ ହୋଇ ତା ଉପରେ ଗୁଳିଚାଳନା କରିଥିଲା । ଏଥିରେ ସେ ଆହତ ହୋଇଥିବା ବେଳେ ଚିକିତ୍ସା ପାଇଁ ବାଲେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧିନ ଅବସ୍ଥାରେ ହିଁ ତାର ମୃତ୍ୟୁ ଘଟିଥିଲା । ତେବେ ହାଇଦର ମୃତ୍ୟୁ ନେଇ ପରିବାର ଲୋକେ ଅନେକ ଅଭିଯୋଗ ଆଣିଛନ୍ତି ।

   Related Posts