Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ସବୁଠୁ ବଡ ଦାନ, ପେଟ୍ରୋଲିୟମ କମ୍ପାନୀ ଦେଲା ୧୦୯୨ କୋଟି ଟଙ୍କା

30/03/2020 at 8:51 PM

ନୂଆଦିଲ୍ଲୀ/ଭୁବନେଶ୍ୱର, ୩୦।୦୩:  ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଅଧୀନରେ ଥିବା ପିଏସୟୁ ପକ୍ଷରୁ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ୧୦୩୧.୨୯ କୋଟି ଟଙ୍କା ଦାନ କରାଯାଇଥିବା ବେଳେ ପିଏସୟୁର କର୍ମଚାରୀମାନେ ସେମାନଙ୍କ ଦରମାରୁ ଅତିରିକ୍ତ ୬୧ କୋଟି ଟଙ୍କା ଦାନ କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଘୋଷଣା କରିଛନ୍ତି। ବର୍ତମାନ ସୁଦ୍ଧା ଗୋଟିଏ ଦିନରେ ମୋଟ ୧୦୯୨.୨୯ ସର୍ବାଧିକ ଟଙ୍କା ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ପ୍ରଦାନ କରାଯାଇଛି ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି ।

ଏ ନେଇ ଶ୍ରୀ ପ୍ରଧାନ ପ୍ରଶଂସା କରିବା ସହ ଟ୍ୱିଟ୍ କହିଛନ୍ତି ଯେ ବିଶ୍ୱ ଯେତେବେଳେ ସବୁଠୁ ବଡ ବିପଦର ସମ୍ମୁଖୀନ ହୁଏ, ସେତେବେଳେ ଲୋକମାନଙ୍କ ପାଇଁ ତୈଳ ଏବଂ ଗ୍ୟାସ ପିଏସୟୁର ଏଭଳି ପ୍ରତିବଦ୍ଧତା ଦେଖି ମୁଁ ବିନୟପୂର୍ଣ୍ଣ । ଏହି ପରିବାରର ଅଂଶ ହୋଇଥିବାରୁ ମୁଁ ଗର୍ବିତ ।

ଅପରପକ୍ଷରେ ଏଲପିଜି ବିତରଣ ସମୟରେ କରୋନା ସଂକ୍ରମଣ ବା ପ୍ରଭାବରେ କାର୍ଯ୍ୟରତ କର୍ମଚାରୀ ଯଥା ସୋ-ରୁମ ଷ୍ଟାଫ୍‌, ଗୋଦାମ କିପର, ମେକାନିକ୍ ଓ ଡେଲିଭରି ବୟଙ୍କ ମୃତ୍ୟୁ ଘଟିଲେ ସେମାନଙ୍କୁ ସହାୟତା ସ୍ୱରୂପ ୫ ଲକ୍ଷ ଲେଖାଏଁ ଟଙ୍କା ଦିଆଯିବ ବୋଲି ସୋମବାର ଦେଶର ତୈଳ ବିପଣନ କମ୍ପାନୀ ଆଇଓସିଏଲ, ବିପିସିଏଲ ଓ ଏଚପିସିଏଲ ପକ୍ଷରୁ ଘୋଷଣା କରାଯାଇଛି ।

ଏ ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିବା ସହ ଉଲ୍ଲେଖ କରିଛନ୍ତି ଯେ ଇଣ୍ଡିଆନ ଅଏଲ, ବିପିସିଏଲ ଏବଂ ଏଚପିସିଏଲ ଦ୍ୱାରା ନିଆଯାଇଥିବା ନିଷ୍ପତି ସ୍ୱାଗତଯୋଗ୍ୟ । ବର୍ତମାନ ସମୟରେ ଆମର ବ୍ୟକ୍ତିବିଶେଷଙ୍କ ଦ୍ୱାରା ଦିଆଯାଉଥିବା ସେବା ହିଁ ଆମର ପରିଚୟ । କର୍ମଚାରୀଙ୍କ ସୁରକ୍ଷା ଓ ସୁସ୍ଥତା ଆମ ପାଇଁ ପ୍ରାଥମିକତା ଓ ଗୁରୁତ୍ୱପୂର୍ଣ୍ଣ । ଏହି ସହାନୁଭୂତିଶୀଳ ପଦକ୍ଷେପ ଶ୍ରମିକଙ୍କ ସୁରକ୍ଷାକୁ ମଜବୁ୍‌ତ୍ କରିବା ସହ ସେମାନଙ୍କୁ ଭାରତ କରୋନା ଯୁଦ୍ଧରେ ଲଢିବାକୁ ସାହାଯ୍ୟ କରିବ ।

ଶ୍ରୀ ପ୍ରଧାନ ଆହୁରି ଉଲ୍ଲେଖ କରିଛନ୍ତି ଯେ, ଲକ୍ ଡାଉନରୁ ଏଲପିଜି ଯୋଗାଣକୁ ଅବ୍ୟାହତି ଦିଆଯାଇଛି । ଏଲପିଜି ଏକ ଅତ୍ୟାବଶ୍ୟକ ସାମଗ୍ରୀ ହୋଇଥିବାରୁ ଦେଶରେ ଓ ସମସ୍ତ ଉପଭୋକ୍ତାଙ୍କ ପାଖରେ ନିରନ୍ତର ଏଲପିଜି  ଯୋଗାଣ ବଜାୟ ରଖିବା ପାଇଁ କର୍ମଚାରୀମାନେ ଏହି ସଙ୍କଟ ସମୟରେ କାର୍ଯ୍ୟରେ ଯୋଗଦେବାର ଆବଶ୍ୟକ ରହିଛି ।

   Related Posts