କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୧ ଲକ୍ଷ ୩୪ ହଜାରରୁ ଅଧିକ ପଜିଟିଭ୍, ୨୮୮୭ ମୃତ

Published By : Prameya-News7 Bureau | June 03, 2021 IST

ନୂଆଦିଲ୍ଲୀ, ୦୩/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୮୭ଜଣଙ୍କ ମୃତ୍ୟୁ ହୋଇଛି ।

wp:html /wp:html

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୩୪ ହଜାର ୧୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୮୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୮୮୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୪ଲକ୍ଷ ୪୧ ହଜାର ୯୮୬ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୩୭ ହଜାର ୯୮୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୩ ଲକ୍ଷ ୯୦ ହଜାର ୫୮୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୭୧୩୪୧୩ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.