ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ କାର୍ଯ୍ୟ : ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି

Published By : Prameya-News7 Bureau | December 04, 2019 IST

ପୁରୀ ୦୪।୧୨: ପୁରୀରେ ପୁଣି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି । ଦୋଳବେଦୀ ନିକଟରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରୁ ଉଚ୍ଛେଦ କାମ ଆରମ୍ଭ ହୋଇଛି । କଡ଼ା ସୁରକ୍ଷା ମଧ୍ୟରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି ।

{"id":193704,"sizeSlug":"large"}

ଗତ ୨ ତାରିଖରେ ୭୫ମିଟିର ପରିଧି ଭିତରେ ଆସୁଥିବା ବିସ୍ଥାପିତଙ୍କ ଅତିରିକ୍ତ ପ୍ରୋତ୍ସାହନ ରାଶିର ସମୟ ଅବଧି ଶେଷ ହୋଇଥିବା ବେଳେ ଗତକାଲି ମୁଖ୍ୟମନ୍ତ୍ରୀ ଏହି ସମୟ ଅବଧିକୁ ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଶ୍ରୀମନ୍ଦିର ସୁରକ୍ଷା ବଳୟ ଭିତରେ ଆସୁଥିବା ବିସ୍ଥାପିତ ପରିବାରଙ୍କ ପାଇଁ ଥଇଥାନ ପ୍ୟାକେଜ ସହ ୧୦ ପ୍ରତିଶତ ପ୍ରୋତ୍ସାହନ ରାଶି ପ୍ରଦାନ କରିବାର ବ୍ୟବସ୍ଥା ରହିଥିଲା । ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବାର ୪୦ ଦିନ ମଧ୍ୟରେ ୭୫ ପ୍ରତିଶତ ଘରୋଇ ଜମି ଅଧିଗ୍ରହଣ ହୋଇପାରିଛି

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.