Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ମାରଣାସ୍ତ୍ରରେ ହାଣି ବୃଦ୍ଧ ଦମ୍ପତିଙ୍କୁ ହତ୍ୟା, ରହୁଥିଲେ କାଜୁ ଜଙ୍ଗଲରେ

23/04/2021 at 5:52 PM

ଭଞ୍ଜନଗର ୨୩।୪: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଶିଶୁଣ୍ଡା ଗ୍ରାମ କାଜୁ ଜଙ୍ଗଲରେ ବର୍ବର ହତ୍ୟାକାଣ୍ଡ । ବୃଦ୍ଧ ଦମ୍ପତ୍ତିଙ୍କୁ କଟୁରିରେ ହାଣି ହତ୍ୟା ।ହତ୍ୟାର କାରଣ ଅସ୍ପଷ୍ଟ । ମୃତକ ହେଲେ ଭୀମ ପ୍ରଧାନ ଓ ତାଙ୍କ ସ୍ତ୍ରୀ ଶିଶୁଳା ପ୍ରଧାନ।

ସୂଚନାଯୋଗ୍ୟ ଯେ, ଦମ୍ପତ୍ତି କାଜୁ ଜଙ୍ଗଲରେ ଦୀର୍ଘବ ର୍ଷ ହେଲା ଏକାକୀ ରହି କାଜୁ ସଂଗ୍ରହ କରି ସେଥିରେ ଗୁଜୁରାଣ ମେଣ୍ଟାଉଥିଲେ । କିନ୍ତୁ କିଛି ଦିନ ତଳେ ତାଙ୍କ ପୁଅ ବୋହୂ ଆସି ବାପା ମାଙ୍କୁ ଦେଖା କରି ଯାଇଥିଲେ । ଶୁକ୍ରବାର ଦୁହିଁଙ୍କ ମୃତଦେହ କୁଡ଼ିଆ ଘର ନିକଟରେ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ହେଲେ କିଏ ଏବଂ କେଉଁ କାରଣରୁ ବୃଦ୍ଧ ଦମ୍ପତ୍ତିଙ୍କୁ ହତ୍ୟା କଲା ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡ଼ିନାହିଁ ।

   Related Posts