Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ସୁନ୍ଦରଗଡ଼ ଜିଲ୍ଲାରେ ହାତୀ ଆତଙ୍କ ; ହାତୀ ଆକ୍ରମଣରେ ବୃଦ୍ଧ ମୃତ

20/12/2018 at 3:10 PM

ସୁନ୍ଦରଗଡ ୨୦|୧୨:  ସୁନ୍ଦରଗଡ଼ ଜିଲ୍ଲାରେ ହାତୀ ଆତଙ୍କ ଦେଖିବାକୁ ମିଳିଛି । ଜିଲ୍ଲାର ବଡ଼ଗାଁ, କୁତ୍ରା, ରାଜଗାଙ୍ଗପୁର ଓ ଉଜ୍ଜଳପୁର ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଆତଙ୍କରାଜ ଚଳାଇଛନ୍ତି ହାତୀ ପଲ । ଉଜ୍ଜଳପୁର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜବଲାଡିହ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ହେଜା ପେରୁଆ, ଶୌଚ ହେବାକୁ ରାତିରେ ବାହାରକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି । ହାତୀ ଦଳିଦେବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା ।

କିଛିଦିନ ତଳେ ଉଜ୍ଜଳପୁର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ କୁକରଡିହ ଗାଁରେ ସକାଳୁ ଲୋକେ ନିଆଁ ପୋଉଁଥିବା ବେଳେ ହାତୀ ଆକ୍ରମଣରେ ୨ ଜଣ ଆହତ ହୋଇଥିଲେ । ଏହି ଅଞ୍ଚଳରେ ୨୧ଟି ହାତୀ ବୁଲୁଥିବା ବେଳେ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି ।

   Related Posts