Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଗଛ ଡାଳ କାଟୁଥିବା ବେଳେ ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ

11/09/2021 at 2:04 PM

ବାଲିଗୁଡା ୧୧।୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ମହାସିଂରେ ଅଭାବନୀୟ ଘଟଣା । ୩୩ କେ.ଭି. ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ । ମୃତକ ହେଲେ ଉଦ୍ଧବ ବିନ୍ଧାଣୀ । ଘଟଣାସ୍ଥଳରେ ପହଞ୍ଚି ବାଲିଗୁଡା ପୋଲିସ ତଦନ୍ତ ଆରମ୍ଭ କରିଛି । ମହାସିଂ ଗ୍ରାମବାସୀଙ୍କ ଉତ୍ତେଜନା ।

ସୂଚନାଯୋଗ୍ୟ ଯେ, ଶନିବାର ସକାଳେ ଏକ ଗଛଡାଳ କାଟୁଥିବା ସମୟରେ ନିକଟରେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଯାଇଥିଲେ । ଖବର ପାଇ ପୋଲିସ ଓ ଦମକଳବାହିନୀ ଶବକୁ ଉଦ୍ଧାର କରିଥିଲେ । କ୍ଷତିପୂରଣ ଦାବିରେ ଗ୍ରାମବାସୀ ୫୯ ନମ୍ବର ଜାତୀୟ ରାଜପଥରେ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଥିବାବେଳେ ଘଟଣାସ୍ଥଳରେ କୌଣସି ପ୍ରାଶାସନିକ ଅଧିକାରୀ ପହଞ୍ଚି ନାହାନ୍ତି । ୧୦ ଲକ୍ଷ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରି ଅଡି ବସିଛନ୍ତି ।

   Related Posts