Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଦନ୍ତା ହାତୀ ଆକ୍ରମଣରେ ଗଲା ବୃଦ୍ଧାଙ୍କ ଜୀବନ

25/12/2019 at 1:06 PM

ବାରିପଦା ୨୫।୧୨: ଦନ୍ତା ହାତୀ ଆକ୍ରମଣରେ ଗଲା ବୃଦ୍ଧାଙ୍କ ଜୀବନ । ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ରେଞ୍ଜ ଗୋଶାଣିପାଳ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନଯୋଗ୍ୟ ଯେ, ଆଜି ବଡି ଭୋର ସମୟରେ ଗୋଶାଣିପାଳ ଗାଁର ସ୍ନେହଲତା ନିକଟସ୍ଥ ଏକ ନାଳକୁ ଶୌଚ ପାଇଁ ଯାଇଥିବାବେଳେ ଦନ୍ତା ହାତୀ ଆକ୍ରମଣ କରିଥିଲା । ଫଳରେ ତାଙ୍କର ମୃତ୍ୟୁ ହୋଇଥିବା ରେଞ୍ଜ ଅଧିକାରୀ ସୂଚନା ଦେଇଛନ୍ତି । ତେବେ ଯଦି ବାଙ୍ଗିରିପୋଷି ଅଂଚଳରେ ହାତୀ ଥିଲେ କାହିଁକି ପୂର୍ବରୁ ବନବିଭଗ ପାଖରୁ ସଚେତନତା ବାର୍ତ୍ତା ଦିଆଯାଇନଥିଲା ସେନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

ତେବେ ବାରମ୍ବାର ହାତୀ ଆକ୍ରମଣରେ ମଣିଷଙ୍କ ଜୀବନ ଯାଉଥିବା ବେଳେ ବନବିଭାଗର କାର୍ଯ୍ୟକାରିତା ଉପରେ ସନ୍ଦେହ ସୃଷ୍ଟି କରିଛି । ଅନ୍ୟପଟେ ଘଟଣା  ସମ୍ପର୍କରେ ଖବର ପାଇ ଘଟଣା ସ୍ଥଳରେ ବନବିଭାଗର ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

   Related Posts