Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବୃଦ୍ଧାଙ୍କୁ ନିର୍ମମ ହତ୍ୟା : ଶୋଇଥିବା ବେଳେ ଘରୁ ଘୋଷାଡି ଆଣି ଟାଙ୍ଗିଆରେ ହାଣିଲେ

5/09/2019 at 11:19 AM

ସୁନ୍ଦରଗଡ ୫।୯: ସୁନ୍ଦରଗଡରେ ବୃଦ୍ଧାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି । ଶୋଇଥିବା ବେଳେ ଘରୁ ଘୋଷାଡି ଆଣି ଟାଙ୍ଗିଆରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।

ସୁନ୍ଦରଗଡ ଜିଲ୍ଲା ସଦର ଥାନା ଅନ୍ତର୍ଗତ ସୁବଳିଆ ନବରଙ୍ଗପୁର ଗାଁର ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ପ୍ରେମ ଡୁଙ୍ଗଡୁଙ୍ଗ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପହଞ୍ଚି ସଦର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ଘରେ କେହି ନଥିବା ବେଳେ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଘରେ ପଶି ବୃଦ୍ଧାଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ।

   Related Posts