Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ରାସ୍ତା ପାର ହେଉଥିବା ବେଳେ ମାଡିଗଲା ଟ୍ରାକ୍ଟର, ଚାଲିଗଲା ବୃଦ୍ଧାଙ୍କ ଜୀବନ

19/01/2021 at 10:57 AM

ଯାଜପୁର ରୋଡ୍ ୧୯।୧: ଯାଜପୁର ଜିଲ୍ଲା କୋରାଇ ଥାନା ବରୁଣ୍ଡେଇ ପେଟ୍ରୋଲ ପମ୍ପ୍ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ପୂର୍ବକୋର୍ଟ ଗାଁର ଗୌରୀ ଆଉଲା ।

ସୂଚନାଯୋଗ୍ୟ ଯେ, ଗୌରୀ ପ୍ରତିଦିନ ଦିନ ବରୁଣ୍ଡେଇ ବଜାରକୁ ଭିକ୍ଷାବୃତ୍ତି କରିବାକୁ ଆସିଥାନ୍ତି । ତେବେ ସବୁଦିନ ପରି ମଙ୍ଗଳବାର ମଧ୍ୟ ଭିକ୍ଷାବୃତ୍ତି କରିବାକୁ ଆସିଥିଲେ । ପେଟ୍ରୋଲ ପମ୍ପ୍ ନିକଟରେ ରାସ୍ତା ପାରି ହେଉଥିବା ସମୟରେ ମୁକୁନ୍ଦପୁର ପଟୁ ଆସୁଥିବା ଏକ ବାଲି ବୋଝେଇ ଟ୍ରାକ୍ଟର ଗୌରୀଙ୍କ ଉପରେ ମାଡି ଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା । ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରକୁ ଅଟକାଇ ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।

   Related Posts