Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ଘର କଡରେ ଲୁଚି ରହିଥିଲା ହାତୀ, ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

11/07/2021 at 1:11 PM

ସାଲେପୁର ୧୧।୭: କଟକ ଜିଲ୍ଲା ଚୌଦ୍ଵାର ଥାନା ଅନ୍ତର୍ଗତ ମଇଁଷାଲଣ୍ଡା ପଞ୍ଚାୟତରେ ଆଜି ଭୋରରୁ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଗ୍ରାମର ୭୦ ବର୍ଷ ବୟସ୍କା ସରୋଜିନୀ ଜେନା ଭୋର ସମୟରେ ଉଠି ଦୁଆରକୁ ଯାଉଥିବା ବେଳେ ଘର କଡରେ ଲୁଚିଥିବା ଏକ ହାତୀ ଆକ୍ରମଣ କରିଥିଲା । ଫଳରେ ସେ ଗୁରୁତର ହୋଇପଡିଥିଲେ । ସ୍ଥାନୀୟ ଲୋକେ ବୃଦ୍ଧାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ କଟକ ବଡ଼ ମେଡ଼ିକାଲରେ ଭର୍ତ୍ତି କରିଥିଲେ  । ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ବାରମ୍ବାର ହାତୀ ଗାଁ ମୁହାଁ ହେଉଥିବା ବେଳେ ବନ ବିଭାଗ ଏଥିପ୍ରତି ଦୃଷ୍ଟି ନ ଦେଇ କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇ ରହିବା ଫଳରେ ଅନେକ ଜୀବନ ଯିବା ସହ ବହୁ ଗୁରୁତର ଆହତ ହେଉଛନ୍ତି । ଏହି ପଞ୍ଚାୟତଠାରୁ ମଙ୍ଗରାଜପୁର ବନ ବିଭାଗ କାର୍ଯ୍ୟାଳୟ ୪ କିଲୋମିଟର ଦୂରତା ଥିବାବେଳେ ବନ ବିଭାଗ ଦେଢଘଣ୍ଟା ବିଳମ୍ବରେ ପହଞ୍ଚିବାରୁ ଗ୍ରାମବାସୀମାନଙ୍କ ମଧ୍ୟରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା । ତୁରନ୍ତ ବୃଦ୍ଧାଙ୍କ ପରିବାରକୁ କ୍ଷତି ପୂରଣ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

   Related Posts