Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

କୂଅରୁ ପାଣି କାଢ଼ୁଥିବା ବେଳେ ଭିତରେ ଖସି ପଡ଼ିଲେ ବୃଦ୍ଧା, ଉଦ୍ଧାର ହେଲା ମୃତଦେହ

9/11/2021 at 9:50 PM

ବାଲିଗୁଡ଼ା, ୦୯/୧୧: କୂଅରେ ପଡି ବୃଦ୍ଧା ମୃତ ବାଲିଗୁଡା କନ୍ଧମାଳ ଜିଲ୍ଲା କ.ନୁଆଗାଁ ମେଡିକାଲ କଲୋନୀରେ ଅଘଟଣ । କୁଅରେ ପଡ଼ି ବୃଦ୍ଧା ମୃତ । ଗାଧୋଇବା ପାଇଁ କୂଅରୁ ପାଣି କାଢ଼ୁଥିବା ବେଳେ ଗୋଡ଼ ଖସି କୂଅ ଭିତରେ ପଡ଼ି ବୃଦ୍ଧାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ କ.ନୁଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଆଟେଣ୍ଡାଣ୍ଟ ବାୟାନାଥ ପ୍ରଧାନଙ୍କ ମା ରଙ୍ଗବତି ପ୍ରଧାନ  ହୋଇଥିବା ଜଣାପଡ଼ିଛି ।

ସୂଚନା ପ୍ରକାରେ ଆଜି ସକାଳେ ବାୟା ନାଥଙ୍କ ମା ଗାଧୋଇବା ପାଇଁ ସରକାରୀ ବାସଭବନ ନିକଟରେ ଥିବା କୂଅରୁ ପାଣି କାଢ଼ିବାକୁ ଯାଇଥିଲେ । ଘରକୁ ଫେରିବାରେ ବିଳମ୍ବ ହେବାରୁ ପ୍ରଥମେ ଚାରିଆଡ଼େ ଖୋଜାଖୋଜି କରିଥିଲେ । ପରେ କୂଅ ନିକଟକୁ ଯାଇ ଦେଖିବା ବେଳକୁ ତାଙ୍କ ଲୁଗା କୂଅ ଭିତରେ ଭାସୁଥିବା ଦେଖିବାକୁ ପାଇଥିଲେ । ଖବରପାଇ ଘଟଣାସ୍ଥଳରେ କ.ନୂଆଗାଁ ପୋଲିସ୍ ଓ ଅଗ୍ନିଶମ ବାହିନୀ ପହଞ୍ଚି କୂଅ ଭିତରୁ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି ।

   Related Posts