Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ଫୁଲ ତୋଳିବା ହେଲା କାଳ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବୃଦ୍ଧ ମୃତ

22/07/2020 at 9:10 AM

ଯାଜପୁର ୨୨।୭: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ସିଂହପୁର ଗାଁରେ ।

ସୂଚନାଯୋଗ୍ୟ ଯେ, ଯାଜପୁର ବିଞ୍ଝାରପୁର ଥାନା ଅନ୍ତର୍ଗତ ସିଂହପୁର ଗାଁର ସୁକଦେବ ବେହେରା ବୁଧବାର ସକାଳୁ ସକାଳୁ ଗାଁ ପାଖ ନାଉଁ ବାଙ୍କ ରାସ୍ତାରେ ଫୁଲ ତୋଳିବାକୁ ଯାଇଥିଲେ । ସେହି ସମୟରେ ସେହି ରାସ୍ତା ଦେଇ ଯାଇଥିବା ବିଦ୍ୟୁତ୍ ତାରଟି ଛିଣ୍ଡି ଯାଇ ତାଙ୍କ ଦେହରେ ଗୁଡାଇ ହୋଇ ଯାଇଥିଲା । ବିଦ୍ୟୁତ୍ ଆଘାତରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ମୃତକ ସିଂହପୁର ଗାଁର ପୂର୍ବତନ ଚେୟାରମ୍ୟାନ ପୁରୁଷୋତ୍ତମ ବେହେରାଙ୍କ ଭାଇ ।

   Related Posts