Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ନୂଆ ଭାରିଏଣ୍ଟକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଜରୁରୀକାଳୀନ ବୈଠକ, ଅନ୍ତର୍ଜାତୀୟ ଉଡାଣ ନିଷ୍ପତ୍ତିର ସମୀକ୍ଷା କରିବାକୁ ନିର୍ଦ୍ଦେଶ

27/11/2021 at 5:33 PM

ନୂଆଦିଲ୍ଲୀ ୨୭।୧୧:   କରୋନାର ନୂତନ ଭାରିଏଣ୍ଟ ଓମିକ୍ରନ ଦୁନିଆ ପାଇଁ ଚିନ୍ତାର କାରଣ ପାଲଟିଛି। ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ ଏହି ନୂତନ ଭାରିଏଣ୍ଟର  ବିପଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଚ୍ଚସ୍ତରୀୟ ଅଧିକାରୀଙ୍କ ସହ ଶନିବାର ଜରୁରୀକାଳୀନ ବୈଠକ କରିଛନ୍ତି। ବୈଠକରେ ଅନ୍ତର୍ଜାତୀୟ ବିମାନ ଉଡାଣ ନେଇ ନିଆଯାଇଥିବା ନିଷ୍ପତ୍ତିର ପୁନଃସମୀକ୍ଷା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିର୍ଦ୍ଦେଶ ଦେଇଛନ୍ତି। ନୂତନ  ଭାରିଏଣ୍ଟ ଉପରେ ଚିନ୍ତା ପ୍ରକାଶ କରି ବିଦେଶରୁ ଆସୁଥିବା ଯାତ୍ରୀଙ୍କ ସଠିକ୍ ଯାଞ୍ଚ କରିବାକୁ ସେ କହିଛନ୍ତି। ବିଶେଷ କରି ଯେଉଁ ଦେଶରେ ନୂତନ  ଭାରିଏଣ୍ଟର ବିପଦ ଅଧିକ ରହିଛି, ସେଠାରୁ ଆସୁଥିବା ଯାତ୍ରୀଙ୍କ ଉପରେ ଅଧିକ ଧ୍ୟାନ ଦେବାକୁ କୁହାଯାଇଛି।

ଏଥିସହ ପ୍ରଧାନମନ୍ତ୍ରୀ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ରାଜ୍ୟ ସରକାରଙ୍କ ସହ ମିଶି କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ନୂତନ ଭାରିଏଣ୍ଟକୁ ନେଇ ସମଗ୍ର ଦେଶରେ ଜିଲ୍ଲାସ୍ତରରେ ସଚେତନ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କରୋନା ସଂକ୍ରମଣର ଟିକିନିକି ଯାଞ୍ଚ ସହ ନୀରିକ୍ଷଣ ଜାରି ରହିବା ଉଚିତ୍  ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଦକ୍ଷିଣ ଆଫ୍ରିକାରେ କରୋନାର ନୂତନ ଭାରିଏଣ୍ଟ ଓମିକ୍ରନର ପ୍ରକୋପକୁ ଦୃଷ୍ଟିରେ  ରଖି ଅନେକ ଦେଶ ନିଜର ଉଡାଣ ଉପରେ କଟକଣା ଜାରି କରିଛନ୍ତି। ଦକ୍ଷିଣ ଆଫ୍ରିକା ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇ ସାରିଛନ୍ତି ଅନେକ ଦେଶ। ଭାରତ ମଧ୍ୟ ଆଲର୍ଟ ମୋଡରେ ରହିଛି। ମୁମ୍ବାଇରେ ଦକ୍ଷିଣ ଆଫ୍ରିକାରୁ ଆସୁଥିବା ଯାତ୍ରୀଙ୍କ ପାଇଁ କ୍ଵାରେଣ୍ଟାଇନ୍  ବାଧ୍ୟତାମୂଳକ କରାଯାଇଛି। କୁହାଯାଉଛି କରୋନାର ନୂତନ ଭାରିଏଣ୍ଟ ଓମିକ୍ରନ ଡେଲ୍‌ଟା ଏବଂ ଡେଲ୍‌ଟା ପ୍ଲସଠୁ ଅନେକ ଗୁଣ ଅଧିକ ସଂକ୍ରାମକ ଏବଂ ବିପଦଜ୍ଜନକ।

   Related Posts