ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ଜମ୍ମୁକାଶ୍ମୀର ବଟମାଲୁଠାରେ ଗୁଳିବିନିମୟ ; ଜଣେ ଏସଓଜି ଯବାନ ସହିଦ

12/08/2018 at 9:58 AM

ଜମ୍ମୁକାଶ୍ମୀର ୧୨/୮ : ଜମ୍ମୁକାଶ୍ମୀର ବଟମାଲୁ ନିକଟରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ । ଗୁଳିବିନିମୟରେ ସ୍ପେଶାଲ ଗ୍ରୁପ୍ ଅପରେସନର ଜଣେ ଯବାନ ସହିଦ ହୋଇଛନ୍ତି। ଜମ୍ମୁ ଓ କାଶ୍ମୀର ପୁଲିସର ଅନ୍ୟ ଜଣେ ଯବାନ ଏବଂ ଦୁଇ ଜଣ ସିଆରପିଏଫ ଯବାନ ମଧ୍ୟ ଆହତ ହୋଇଛନ୍ତି। ବଟମାଲୁ ଦିୟାଓ୍ଵାନିଠାରେ ଆତଙ୍କବାଦୀମାନେ ଲୁଚିରହିଥିବାର ସୂଚନା ମିଳିବା ପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଆତଙ୍କବାଦୀମାନେ ଘଟଣାସ୍ଥଳରୁ ଖସି ପଳାଇଥିବାବେଳେ ତାଙ୍କର ଦୁଇଜଣ ସହଯୋଗୀଙ୍କୁ ଗିରଫ କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ସହରରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରିଦିଆଯାଇଛି।

   Related Posts