Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫୁଟିଲା ଗୁଳି, ଜଣେ ଗୁରୁତର

4/01/2020 at 7:44 AM

ଜଗତସିଂହପୁର ୪।୧: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ । ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ତେରତାଙ୍ଗ ଅଲିକଣା ଛକରେ ଘଟିଛି ଗୁଳିକାଣ୍ଡ । ଗୁଳିକାଣ୍ଡରେ ବାଲିକୁଦା ବାଲିସାହିର ଦେବରାଜ ବିଶ୍ବାଳ ଗୁରୁତର ହୋଇଛନ୍ତି । ଦେବରାଜଙ୍କ ବାମ ଗୋଡ଼ ଜଙ୍ଘରେ ଗୋଟିଏ ଗୁଳି ବାଜିଛି ।

ତାଙ୍କୁ ସଂଗେ ସଂଗେ ବାଲିକୁଦା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଅପରାଧୀ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ହେବା ସହ ପରେ ଗୋଟିଏ ପକ୍ଷ ଗୁଳି ମାଡ଼ କରିଥିଲେ । ତେବେ ଗୁଳିକାଣ୍ଡର ପ୍ରକୃତ କାରଣ ଜଣାପଡି ନଥିବାବେଳେ ଜଗତସିଂହପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ଗୁଳିମାଡ଼ କରିବା ପରେ ଅପରାଧୀମାନେ ଫେରାର ହୋଇଯାଇଛନ୍ତି ।

   Related Posts