ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ୩ ଗୁରୁତର
12/07/2019 at 8:26 AM

ବୌଦ୍ଧ ୧୨|୭: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଠାରେ ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମୃତକଙ୍କ ପରିଚୟ ମିଳିପାରି ନାହିଁ ।ତେବେ ଗୁରୁତରଙ୍କ ମଧ୍ୟରୁ ଜଣଙ୍କର ଦୁଇ ଗୋଡ କଟିଯାଇଥିବା ଦେଖିବାକୁ ମିଳିଛି । ଗୁରୁତର ଅବସ୍ଥାରେ ସେମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ମନମୁଣ୍ଡା ପୋଲିସ ଶବ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।