Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

କାଞ୍ଜିପାଣି ଘାଟିରେ ବସ୍‌କୁ ପିଟିଲା ଟ୍ରକ୍, ଜଣେ ମୃତ ୮ ଗୁରୁତର

25/04/2019 at 8:07 AM

କେନ୍ଦୁଝର ୨୫|୪: କେନ୍ଦୁଝରରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା ହୋଇଛି । କାଞ୍ଜିପାଣି ଘାଟିରେ ଯାତ୍ରୀବାହୀ ବସକୁ ପଛରୁ ପିଟିଛି ଟ୍ରକ୍ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ଜଣ ଗୁରୁତର ହୋଇଛନ୍ତି ।  ଦୁଇ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବାବେଳେ ୬ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । 

ସୂଚନାଯୋଗ୍ୟ ଯେ, କେନ୍ଦୁଝର କାଞ୍ଜିପାଣି ଘାଟିରେ ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଛି ଟ୍ରକ୍ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ଜଣ ଗୁରୁତର ହୋଇଛନ୍ତି ।  ଦୁଇ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବାବେଳେ ୬ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।  ଗତକାଲି ରାତିରେ ରାକେଶ ନାମକ ଘରୋଇ ବସ୍‌ଟି କେନ୍ଦୁଝରରୁ ରାଉରକେଲା ଅଭିମୁଖେ ଯାଉଥିଲା । ଠିକ୍ ରାତି ପ୍ରାୟ ୧ଟା ସମୟରେ ବସ୍‌ଟି କାଞ୍ଜିପାଣି ଘାଟି ପାର ହେଉଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ମାଲ୍ ବୋଝେଇ ଟ୍ରକ୍ ପଛପଟୁ ବସ୍‌ଟିକୁ ଧକ୍କା ଦେଇଥିଲା । ଫଳରେ ବସ୍‌ଟି ରାସ୍ତା କଡକୁ ଓଲଟି ପଡିଥିଲା ଓ ଟ୍ରକ୍‌ଟି ଧକ୍କା ଦେଇ ଘାଟି ତଳକୁ ଖସି ପଡିଥିଲା ।

ଘଟଣାସ୍ଥଳରେ ୬ବର୍ଷର ଶିଶୁର ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ୨୧ଜଣ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଜିଲ୍ଲା ମୁଖ୍ୟ  ଚିକିତ୍ସାଳୟରେ ଦୁଇ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରା ଯାଇଥିବା ବଳେ ୬ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାସଳୟରେ ଚିକିତ୍ସିତ ହେଉଛନ୍ତି । ଅନ୍ୟ ଆହତଙ୍କୁ ପ୍ରାଥମିକ ଚିକିତ୍ସା ଦିଆଯାଇ ଛାଡିଦିଆଯାଇଛି । 

   Related Posts