ଘରେ ଶୋଇଥିବାବେଳେ ଭୁଶୁଡିପଡିଲା କାନ୍ଥ : ଜଣେ ମୃତ, ଦୁଇ ଗୁରୁତର

Published By : Prameya-News7 Bureau | September 13, 2019 IST

ସମ୍ବଲପୁର  ୧୩।୯: ଘରେ ଶୋଇଥିବାବେଳେ ଭୁଶୁଡିପଡିଲା କାନ୍ଥ । କାନ୍ଥ ପଡି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

{"id":157029}

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ମାଲିପାଲିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଘରେ ଶୋଇଥିବାବେଳେ କାନ୍ଥ ଭୁଶୁଡି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ଅଜୁ ମୁଣ୍ଡା । ଗୁରୁତର ହେଉଛନ୍ତି ଅଭିଷେକ ମୁଣ୍ଡା ଏବଂ ସୁଜିତ ମୁଣ୍ଡା । ଉଭୟ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ କାନ୍ଥ ଭୁଶୁଡିପଡିଥିଲା । ତେବେ ପ୍ରବଳ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ପଡିଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.