Sunday, September 15, 2019

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

ଆନନ୍ଦପୁର ୧୧।୯: ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ଶାଳପଡା ଓଭର ବ୍ରିଜ୍ ଠାରେ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ସଦାନନ୍ଦ ମହାନ୍ତି । ସେ ନିଜ ବାଇକ୍ ଯୋଗେ ଅଫିସ ଯାଉଥିବା ସମୟରେ ସାମ୍ନାପଟୁ ଆସୁଥିବା ଏକ ବାରଚକିଆ ଟ୍ରକ୍ ତାଙ୍କୁ ଧକ୍କା ଦେବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଦୁର୍ଘଟଣା ପରେ ରାସ୍ତାକଡରେ ଟ୍ରକଟିକୁ ଛାଡି ଡ୍ରାଇଭର ଫେରାର ହୋଇଯାଇଥିଲା । ଘସିପୁରା ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରି  ତଦନ୍ତ ଆରମ୍ଭ କରିଛି ।

317 Views

   ସମ୍ବନ୍ଧିତ ଖବର