ଟ୍ରକ୍ ଧକ୍କାରେ ଜଣଙ୍କର ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

Published By : Prameya-News7 Bureau | April 06, 2019 IST

କେନ୍ଦୁଝର ୬|୪ : କେନ୍ଦୁଝର ଦେଇ ଯାଇଥିବା ୨୦ ନମ୍ବର ଜାତୀୟ ରାଜପଥର ଧ୍ରୁପଦା ନିକଟରେ ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଧ୍ରୁପଦା ଗାଁର ପାଦ ନାଏକ । ପାଦ ରାସ୍ତା ପାର ହେଉଥିବା ସମୟରେ ତାଙ୍କୁ ଏକ ଟ୍ରକ୍ ମାଡ଼ି ଯାଇଥିଲା । ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ଟ୍ରକଟି ଫେରାର ହୋଇଯାଇଛି । ଉତ୍ତ୍ୟକ୍ତ ଲୋକଙ୍କ ଦ୍ଵାରା କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିବା କରିବା ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.